ଏଫଏମ କଲେଜ ଛାତ୍ରୀଙ୍କ ବାପା, ଏବେ ଭଗବାନଙ୍କ ଉପରେ ରହିଛି ଭରଷା

ବାଲେଶ୍ବର ଏଫଏମ୍‌ କଲେଜରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଛାତ୍ରୀଙ୍କ ସ୍ବାସ୍ଥ୍ୟାବସ୍ଥା ସଂକଟାପନ୍ନ ରହିଛି । ଶରୀରର ୯୫ ପ୍ରତିଶତ ପୋଡିଯାଇଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି । ଫୁସଫୁସ ଓ କିଡନୀ ପ୍ରଭାବିତ ହୋଇଛି । ଏସବୁ ଭିତରେ ଏମ୍‌ସରେ ପୀଡ଼ିତାଙ୍କ ଡାଏଲିସିସ୍ ଆରମ୍ଭ ହୋଇଛି । ଦିଲ୍ଲୀ ଏମ୍‌ସର ପରାମର୍ଶ କ୍ରମେ ଚାଲିଛି ଚିକିତ୍ସା । ମୁଖ୍ୟମନ୍ତ୍ରୀ ପୂରା ସହଯୋଗ କରୁଛନ୍ତି। ସବୁ ଭଗବାନଙ୍କ ଇଛା ବୋଲି ଛାତ୍ରୀଙ୍କ ବାପା କହିଛନ୍ତି । ତେବେ ୯୮% ଅକ୍ସିଜେନ୍ ସପୋର୍ଟରେ ଅଛନ୍ତି ପୀଡ଼ିତା । ସ୍ୱାସ୍ଥ୍ୟାବସ୍ଥା ଜଟିଳ ଥିବା ପରିବାରକୁ କୁହାଯାଇଛି । ଭିଟାମିନ-ସି, ଡି, ଏ ଓ ଜିଙ୍କ୍ ସପ୍ଲିମେଣ୍ଟ ଦିଆଯାଉଛି । ନିୟମିତ ବ୍ୟବଧାନରେ ରକ୍ତ ପରୀକ୍ଷା କରାଯାଉଛି ।ସେପଟେ ଏଫଏମ୍‌ କଲେଜରେ ତଦନ୍ତ କରି ଫେରିଛନ୍ତି କ୍ରାଇମବ୍ରାଞ୍ଚର ଦୁଇ ଜଣିଆ ଟିମ୍ । କ୍ରାଇମବ୍ରାଞ୍ଚର ଆଡିସନାଲ ଏସପି ଓ ଅତିରିକ୍ତ ଡିଏସପି କଲେଜରେ ପହଞ୍ଚି ଯାଞ୍ଚ କରିଛନ୍ତି । ଫକୀରମୋହନ ମହାବିଦ୍ୟାଳୟର ଏହି ସମ୍ୱେଦନଶୀଳ ଘଟଣାରେ କ୍ରାଇମବ୍ରାଞ୍ଚ ନିଜ ଆଡୁ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି । ଘଟଣା ଦିନ କଣ ରହିଥିଲା ଘଟଣାକ୍ରମ ସେସବୁ ପଚାରି ବୁଝିବା ସହ ମାମଲା ସଂପର୍କିତ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଯାଞ୍ଚ କରିଛନ୍ତି ।

ଅଧିକ ପଢନ୍ତୁ

kc ads