ଏବେ କଳା ଓ କ୍ରୀଡା ପ୍ରଶିକ୍ଷକ ମାନେ ଆବଶ୍ୟକସ୍ଥଳେ ମାତୃତ୍ବ ଛୁଟି ମଧ୍ୟ ପାଇପାରିବେ

ରାଜ୍ୟର ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ନିୟୋଜିତ କଳା ଓ କ୍ରୀଡ଼ା ଶିକ୍ଷୟିତ୍ରୀଙ୍କୁ ଏଣିକି ମାତୃତ୍ୱ ଛୁଟି ମିଳିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଘୋଷଣା କରିଛନ୍ତି। ମାସିକ ପାରିଶ୍ରମିକକୁ ରାଜ୍ୟ ସରକାର ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ।

ଏଣିକି ସେମାନଙ୍କ ମାସିକ ପାରିଶ୍ରମିକ ବର୍ଷକୁ ୧୦ ମାସ ପରିବର୍ତ୍ତେ ପୁରା ୧୨ ମାସ ପାଇଁ ପାଇବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ଏବଂ ମାସିକ ୨୪ଟି ପରିୟଡ ପରିବର୍ତ୍ତେ ୩୦ଟି ପିରିୟଡରେ ଶିକ୍ଷା ପ୍ରଦାନ କରିବେ ।

ଅଧିକ ପଢନ୍ତୁ