ଏମାନଙ୍କୁ ମିଳିବ ପକ୍କା ଘର: ୩୪ ଲକ୍ଷ ଲୋକଙ୍କର ହେଲା ସର୍ଟଲିଷ୍ଟ-ପଞ୍ଚାୟତିରାଜ ମନ୍ତ୍ରୀ

ଜାନୁଆରୀ ମାସରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକା ଘର । ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ସୂଚନା ଦେଇଛନ୍ତି ।ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପାଇଁ ୩୭ ଲକ୍ଷ ହିତାଧିକାରୀ ଆବେଦନ କରିଛନ୍ତି । ୩୪ ଲକ୍ଷଙ୍କୁ ସର୍ଟଲିଷ୍ଟ କରାଯାଇ କେନ୍ଦ୍ର ସରକାରଙ୍କୁ ତାଲିକା ଦିଆଯାଇଛି ।ପୂର୍ବରୁ ହିତାଧିକାରୀଙ୍କ ପରିବାରର ସର୍ବାଧିକ ମାସିକ ଆୟ ୧୦ ହଜାର ରଖାଯାଇଥିଲା । ଏହାକୁ ବଢ଼ାଇ ୧୫ ହଜାର କରାଯାଇଛି । ଦୁଇ ଚକିଆ ଯାନ, ଫ୍ରିଜ , ଲ୍ୟାଣ୍ଡ ଫୋନ ଥିଲେ ବି PMAY ପାଇଁ ଯୋଗ୍ୟ ବିବେଚିତ ହୋଇପାରିବେ । ଦିବ୍ୟାଙ୍ଗ ଓ ଭିନ୍ନ ହୋଇଥିବା ପୁଅଙ୍କୁ ବି ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ମିଳିବ । ସେହିପରି ବିଧବା ଓ ନିରାଶ୍ରୟ ମହିଳା ଏହି ଯୋଜନାରେ ମଧ୍ୟ ସାମିଲ ହୋଇପାରିବେ।

ଅଧିକ ପଢନ୍ତୁ