ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ‘ଏମ.ଏଲ.ଏ ଲ୍ୟାଡ଼’ ଓ ‘ସିଏମ୍-ଏସ୍.ଏ’ ର ସରଳୀକୃତ ଗାଇଡଲାଇନ ଉନ୍ମୋଚିତ କରିଛନ୍ତି। ଏହା ସହ ଏମ.ଏଲ.ଏ ଲ୍ୟାଡ ୱେବ୍ ପୋର୍ଟାଲର (https://mlalads.odisha.gov.in) ମଧ୍ୟ ଶୁଭାରମ୍ଭ କରିଛନ୍ତି।ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ବିଧାୟକ ଆଞ୍ଚଳିକ ଉନ୍ନୟନ ପାଣ୍ଠି ନିର୍ଦ୍ଦେଶାବଳୀର ସରଳୀକରଣ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହି ପରିବର୍ତ୍ତିତ ନିର୍ଦ୍ଦେଶାବଳୀ ସ୍ୱଚ୍ଛ, ସରଳ ଓ ସମୟ ଉପଯୋଗୀ ହୋଇପାରିଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ନୂତନ ନିର୍ଦ୍ଦେଶାବଳୀ ପ୍ରଶାସନିକ ପ୍ରକ୍ରିୟାରେ  ସରଳତା ଆଣିବା ସହିତ ଜନସାଧାରଣଙ୍କ ପାଇଁ ଅତି ଆବଶ୍ୟକ ଓ ଛୋଟ ଛୋଟ ମୌଳିକ ଭିତ୍ତିଭୂମି ଗୁଡିକୁ ଶୀଘ୍ର ଓ ସ୍ବଚ୍ଛତାର ସହ ସମ୍ପାଦନ କରିବାରେ ସହାୟକ ହେବ ।  ଏହି ପୋର୍ଟାଲ ମାଧ୍ୟମରେ  ବିଧାୟକମାନେ ସେମାନଙ୍କର ନିର୍ବାଚନ ମଣ୍ଡଳୀରେ ସୁପାରିଶ କରିଥିବା ସମସ୍ତ ପ୍ରକଳ୍ପର ବାସ୍ତବ ସ୍ଥିତି ବିଷୟରେ ଅବଗତ ହୋଇପାରିବେ ଓ ଜନସାଧାରଣଙ୍କ ପାଇଁ ଯୋଜନା ସମ୍ୱନ୍ଧୀୟ ସବିଶେଷ ତଥ୍ୟ ଏହି ପୋର୍ଟାଲରେ ଉପଲବ୍ଧ ହେବ । ଏହା ସହିତ ବିଧାନସଭା ଅଞ୍ଚଳର ଜନସାଧାରଣ ମଧ୍ୟ ସେମାନଙ୍କ ବିଧାୟକଙ୍କ ଦ୍ଵାରା ସୁପାରିଶ କରାଯାଇଥିବା ପ୍ରକଳ୍ପଗୁଡିକର ତଥ୍ୟ ଏହି ପୋର୍ଟାଲ ଜରିଆରେ ଅବଗତ ହୋଇପାରିବେ।

ଅଧିକ ପଢନ୍ତୁ