ଏସଟି ହଷ୍ଟେଲରେ ବୃଦ୍ଧି ପାଉଛି ମୃତ୍ୟୁ ସଂଖ୍ୟା ।

ଓଡ଼ିଶା ବିଧାନସଭାରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ। ଗୁରୁବାର ଗୃହରେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଏକ ପ୍ରଶ୍ନ କରିଥିଲେ। ବିଧାୟକ ସ୍ବାଇଁଙ୍କ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉତ୍ତର ରଖିଥିଲେ। ଉତ୍ତରରେ ମନ୍ତ୍ରୀ କହିଥିଲେ, ରାଜ୍ୟରେ ୨୦୨୪ ଜୁଲାଇରୁ ST ହଷ୍ଟେଲରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ଘଟିଛି। ରାୟଗଡ଼ା ଜିଲ୍ଲାରେ ସର୍ବାଧିକ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଛି ।ବିଭିନ୍ନ ଜିଲ୍ଲାରେ ୨୬ ଛାତ୍ରଛାତ୍ରୀଙ୍କ ମୃତ୍ୟୁ ହୋଇଛି, ସେଥିରୁ ୬ ଆତ୍ମହତ୍ୟା କରିଛନ୍ତି ।୨୦ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା କହିଛନ୍ତି ନିତ୍ୟାନନ୍ଦ ଗଣ୍ଡ ।ହଟ୍ଟଗୋଳ ଆଲୋଚନାକୁ ଆଗକୁ ବଢ଼ାଇବା ଅସମ୍ଭବ ହେବାରୁ ବାଚସ୍ପତି ସୁରମା ପାଢ଼ୀ ଗୃହକୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ। ମୁଲତବୀ ପରେ, ବିଜେଡି ବିଧାୟକମାନେ ବିଧାନସଭା ପରିସରରେ ଥିବା ବିଜୁ ପଟ୍ଟନାୟକ ପ୍ରତିମୂର୍ତ୍ତି ସମ୍ମୁଖରେ ଧାରଣା ଦେଇଥିଲେ, ଯେତେବେଳେ କଂଗ୍ରେସ ବିଧାୟକମାନେ ମହାତ୍ମା ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ପ୍ରଦର୍ଶନ କରିଥିଲେ।

ଅଧିକ ପଢନ୍ତୁ