ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି 

ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ ସକ୍ରିୟ ରହିଛି। ଏଥିସହ ସମ୍ପୃକ୍ତ ଘୂର୍ଣ୍ଣିବଳୟ ପ୍ରବାହ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି ଉଚ୍ଚତା ପର୍ଯ୍ୟନ୍ତ ବ୍ୟାପିଛି।ଆଜି ଅତି ଭୀଷଣ ବର୍ଷା ପାଇଁ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଏହି ଜିଲ୍ଲା ଗୁଡ଼ିକ ହେଲା ଅନୁଗୁଳ ଢେଙ୍କାନାଳ, କଟକ, କଳାହାଣ୍ଡି ଓ ନବରଙ୍ଗପୁର । ସେହିଭଳି ଅତି ପ୍ରବଳ ବର୍ଷା ପାଇଁ ୧୮ ଜିଲ୍ଲାକୁ ଅରେଂଜ ଓ ପ୍ରବଳ ବର୍ଷା ପାଇଁ ବାକି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ବଲାଙ୍ଗୀର, ସୋନପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ପୁରୀ, ଭଦ୍ରକ ଓ ଯାଜପୁର ୟେଲୋ ଓ୍ବାର୍ନିଂ ଦିଆଯାଇଛି। ମଙ୍ଗଳବାର ମଧ୍ୟ ରାଜ୍ୟର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ