ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ

ଏସ୍‌ସିବି ଅଗ୍ନିକାଣ୍ଡ ଘଟଣାରେ ବିଚାର ବିଭାଗୀୟ ତଦନ୍ତ ଆରମ୍ଭ ହୋଇଛି। ଅବସରପ୍ରାପ୍ତ ଜିଲ୍ଲା ଜଜ ଲକ୍ଷ୍ମୀଧର ବିଶ୍ୱାଳ ଏବଂ ଟିମ୍ ଏସ୍‌ସିବି ମେଡିକାଲ ଯାଇ ଅନେକଙ୍କୁ ପଚରାଉଚରା କରିଛନ୍ତି।ଟିମ୍ ଅଗ୍ନିକାଣ୍ଡ ସମ୍ପର୍କରେ ନର୍ସ ଓ କର୍ମଚାରୀଙ୍କୁ ପଚରାଉଚରା କରୁଛନ୍ତି।

ସୂଚନା ଅନୁଯାଇ, ମାର୍ଚ୍ଚ ୧୬ ତାରିଖରେ ଏସ୍‌ସିବି ମେଡିକାଲ୍ ଆଇସିୟୁରେ ନିଆଁ ଲାଗିଥିଲା । ଅଗ୍ନିକାଣ୍ଡରେ ଟ୍ରମା ବିଲ୍ଡିଂରେ ପ୍ରଥମ ମହଲାରେ ଥିବା ଆଇସିୟୁରେ ଛାରଖାର ହୋଇଯାଇଥିବା ବେଳେ ଏହାର ସମ୍ମୁଖରେ ଥିବା ଅପରେସନ୍ ଥିଏଟର (ଓଟି)ରେ ଧୂଆଁ ଧାସ ବାଜିଥିଲା । ଓଟିରେ ବିଶେଷ କିଛି କ୍ଷତି ହୋଇନଥିଲେ ମଧ୍ୟ ତାହା ମାର୍ଚ୍ଚ ୧୬ ତାରିଖରୁ ବନ୍ଦ ରହିଛି । ଏହି ଅଗ୍ନିକାଣ୍ଡର ୧୨ଜଣ ରୋଗୀଙ୍କୁ ମୃତ୍ୟୁ ଘଟିଥିଲା। ଯାହାକୁ ନେଇ ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଥିଲେ।ତେବେ ପ୍ରାଥମିକ ଯାଞ୍ଚ ପରେ ପ୍ରତିକ୍ରିୟା ରଖିଛନ୍ତି ବିଚାର ବିଭାଗୀୟ ତଦନ୍ତ କମିଶନ ଅଧ୍ୟକ୍ଷ ତଥା ଅବସରପ୍ରାପ୍ତ ବିଚାରପତି ଜଷ୍ଟିସ ଲକ୍ଷ୍ମୀଧର ବିଶ୍ବାଳ। ଯାହାର ଆବଶ୍ୟକତା ପଡ଼ିବ ସମସ୍ତଙ୍କୁ ତଦନ୍ତ ପରିସରଭୁକ୍ତ କରାଯିବ ବୋଲି ସେ କହିଛନ୍ତି ।

ଅଧିକ ପଢନ୍ତୁ