ସୁଭଦ୍ରା ଟଙ୍କା ସହ ମିଳିବ ବଡ଼ ପୁରସ୍କାର

ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା କେବେ ଆସିବ ତାକୁ ନେଇ ମହିଳାଙ୍କ ମନରେ ଲାଗି ରହିଥିଲା ଆଶା ଆଶଙ୍କା। ଏହି ଦ୍ୱନ୍ଦ୍ୱ ଦୂର ହୋଇଛି। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା।ଗତ ରବିବାର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏହି ସୂଚନା ଦେଇଛନ୍ତି |ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି ଯେ ସୁଭଦ୍ରା ଯୋଜନାରେ ମହିଳାଙ୍କୁ ବର୍ଷକୁ ଦୁଇଟି କିସ୍ତିରେ ୧୦ହଜାର ଟଙ୍କା ପ୍ରଦାନ କରାଯିବ। ତେବେ ଆଜି ଏକ ବଡ଼ ସୂଚନା ଦେଇ ପ୍ରଭାତୀ କହିଛନ୍ତି, ସୁଭଦ୍ରା ଆବେଦନକାରୀଙ୍କୁ ପୁରସ୍କାର ମିଳିବ। କେବଳ ଏକ ଓ ଏକ କୋଟି ନମ୍ବରରେ ଥିବା ମହିଳାଙ୍କୁ ପୁରସ୍କାର ମିଳିବ।୯ ତାରିଖରେ ୪୦ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିବ। ସୁଭଦ୍ରା ଯୋଜନାରେ ପ୍ରଥମ ହିତାଧିକାରୀ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ବାରିପଦାରେ ଆୟୋଜିତ ସଭାରେ ସମ୍ବର୍ଦ୍ଧିତ କରିବେ ମୁଖ୍ୟମନ୍ତ୍ରୀ।। ମାର୍ଚ୍ଚ ୮ ସୁଦ୍ଧା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ପ୍ରଥମ କିସ୍ତିର ଟଙ୍କା ପ୍ରଦାନ କରାଯିବ। ମାର୍ଚ୍ଚ ୮ରେ ଅନ୍ତର୍ଜାତୀୟ ମହିଳା ଦିବସରେ ଦ୍ବିତୀୟ କିସ୍ତି ପ୍ରଦାନ କରାଯିବ।

ଅଧିକ ପଢନ୍ତୁ