ଏହିସବୁ ଅତି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା

ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି।ଆଜି ନୂଆପଡା, ବରଗଡ଼ ଏବଂ ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଝଡ଼ବର୍ଷା ସହିତ ବଜ୍ରପାତ ହେବା ନେଇ ରେଡ୍ ଆଲର୍ଟ ଜାରି କରାଯାଇଛି ।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି , ନବରଙ୍ଗପୁର 

,ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଏବଂ ଘଡ଼ଘଡ଼ି ସହିତ ବଜ୍ରପାତ ହେବାର ସମ୍ଭାବନା ଅଛି । ଏହି ସବୁ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, ଗଜପତି ଏବଂ ଗଞ୍ଜାମ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପୃଷ୍ଠ ପବନର ବେଗ ୩୦-୪୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ।ତେବେ ୯ ତାରିଖ ବେଳକୁ ବର୍ଷାର ପରିମାଣ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ

kc ads