ଓଇଆରସି ଅଧ୍ୟକ୍ଷ ଭାବେ ଶପଥ ଗ୍ରହଣ କଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା। ବରିଷ୍ଠ ଆଇଏଏସ ସୁରେଶ ମହାପାତ୍ରଙ୍କ ଅବସର ପରେ ଓଇଆରସି ଅଧ୍ୟକ୍ଷ ପଦ ଖାଲି ଥିଲା । ୧୯୮୯ ବ୍ୟାଚ୍ ର ଆଇଏଏସ ଅଫିସର ପ୍ରଦୀପ ଜେନା ମୁଖ୍ୟ ଶାସନ ସଚିବ ଭାବ ଦାୟିତ୍ୱ ତୁଲାଇ ସାରିଛନ୍ତି। ଏହା ସହ ସେ ଓଡ଼ିଶା ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସଆରସି) ଓ ଉନ୍ନୟନ କମିଶନର ଭାବରେ ଦାୟିତ୍ୱ ତୁଲାଇଥିଲେ।ଇଲେକ୍ଟ୍ରିସିଟି ଆକ୍ଟ -୨୦୦୩ ଅନୁଯାୟୀ ଓଡ଼ିଶା ସରକାରଙ୍କ ପକ୍ଷରୁ ଗତ ମାର୍ଚ୍ଚ ୨୮ ତାରିଖରେ ପ୍ରଦୀପ କୁମାର ଜେନା, ଆଇଏଏସ୍ (ଅବସରପ୍ରାପ୍ତ)ଙ୍କୁ ଓଡ଼ିଶା ବିଦ୍ୟୁତ ନିୟାମକ ଆୟୋଗର ଅଧ୍ୟକ୍ଷ ଭାବେ ନିଯୁକ୍ତି ସଂପର୍କିତ ବିଜ୍ଞପ୍ତି ଜାରି କରାଯାଇଥିଲା ।
