ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ ଟ୍ରେନ ଶୁଭାରମ୍ଭ ସମାରୋହରେ ଯୋଗ ଦେବା ପାଇଁ ନିମନ୍ତ୍ରଣ କରିଛନ୍ତି। ସୂଚନା ଯୋଗ୍ୟ ଯେ, ଚଳିତ ମାସ ୧୫ ତାରିଖରେ ଦେଶରେ ୧୦ ଟି ନୂତନ ବନ୍ଦେ ଭାରତ ଟ୍ରେନ ଚଳାଚଳର ଶୁଭାରମ୍ଭ ହେଉଛି। ତନ୍ମଧ୍ୟରୁ ଓଡିଶା ମଧ୍ୟରେ ୩ ଟି ଟ୍ରେନ ଚଳାଚଳ କରିବ । ଏହି ଟ୍ରେନ ଗୁଡିକ ହେଲା ଟାଟା-ବ୍ରହ୍ମପୁର ବନ୍ଦେ ଭାରତ,ରାଉରକେଲା-ହାୱଡା ବନ୍ଦେ ଭାରତ ଏବଂ ଦୁର୍ଗ-ବିଶାଖାପାଟଣା ବନ୍ଦେ ଭାରତ ।
କେନ୍ଦ୍ର ରେଳମନ୍ତ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ବ୍ରହ୍ମପୁର ଷ୍ଟେସନଠାରେ ଅନୁଷ୍ଠିତ ହେଉଥିବା କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଛନ୍ତି।ଚଳିତ ବର୍ଷ ବଜେଟରେ ଓଡିଶା ରେଳ ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ରେକର୍ଡ ୧୦, ୫୮୬ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗେଇ ଦେଇଛନ୍ତି। ବର୍ତ୍ତମାନ ରାଜ୍ୟରେ ୫୪, ୪୩୪ କୋଟି ଟଙ୍କାର ରେଳ ଭିତ୍ତିଭୂମି ନିର୍ମାଣ କାର୍ଯ୍ୟ ଜାରିରହିଛି । ତେବେ ଖ୍ୟମନ୍ତ୍ରୀ ମାଝୀ ରେଳ ମନ୍ତ୍ରୀ ବୈଷ୍ଣବଙ୍କୁ ଏହି ନିମନ୍ତ୍ରଣ ପାଇଁ ଧନ୍ୟବାଦ ଜଣାଇଛନ୍ତି।