ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ପୋଷଣ ଯୋଜନାର ଶୁଭାରମ୍ଭ

ସ୍କୁଲ ପିଲାଙ୍କ ମାନସିକ ଏବଂ ବୌଦ୍ଧିକ ଚିନ୍ତାର ବିକାଶ ପାଇଁ ପୋଷଣକୁ ଗୁରୁତ୍ବ ଦେଉଛନ୍ତି ରାଜ୍ୟ ସରକାର । ଏଥିପାଇଁ ଆଜିଠୁ ସ୍କୁଲରେ ପିଲାଙ୍କୁ ପୋଷଣ ଯୁକ୍ତ ଲଡୁ ଦିଆଯିବ । ଏଥିସହିତ ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ସ୍କୁଲର ନବମ ଓ ଦଶମ ପିଲାଙ୍କୁ ମିଳିବ ମଧ୍ୟାହ୍ନ ଭୋଜନ। ଓଡ଼ିଶା ଦିବସରେ ଏହାର ଶୁଭାରମ୍ଭ ନେଇ ଘୋଷଣା କରାଯାଇଛି ।ସପ୍ତାହକୁ ଅତିରିକ୍ତ ଗୋଟିଏ ଲେଖାଏଁ ଅଣ୍ଡା ପିଲାଙ୍କୁ ଦିଆଯିବ ।ଏହି ଯୋଜନାରେ ରାଜ୍ୟର ୧୦ ଲକ୍ଷ ୮୦ ହଜାର ପିଲା ଉପକୃତ ହେବେ ମନ୍ତ୍ରୀ କହିଛନ୍ତି।ଆଗରୁ ୨ ଟି ଅଣ୍ଡା ପ୍ରଦାନ କରାଯାଇଥିବା ବେଳେ ଏଣିକି ୩ ଟି ଅଣ୍ଡା ପ୍ରଦାନ କରାଯିବ । ସୋମବାର, ବୁଧବାର, ଶୁକ୍ରବାର ପିଲାଙ୍କୁ ଅଣ୍ଡା ଦିଆଯିବ। ବୋଲି ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।

ଅଧିକ ପଢନ୍ତୁ

Odisha Darpan Digital