ଓଡ଼ିଶା ସଚିବାଳୟରେ ବଡ଼ବାବୁଙ୍କ ପଦବୀ ଖାଲି ପଡ଼ିଛି। ବିଧାୟକ ସୌଭିକ ବିଶ୍ୱାଳଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତର ରଖିଛନ୍ତି।୧୦୫ ଅନୁ ଶାସନ ସଚିବ ଓ ଗୋଟିଏ ଅତିରିକ୍ତ ଶାସନ ସଚିବ ପଦବୀ ଖାଲି ପଡିଛି । ୨ ଯୁଗ୍ନ ଶାସନ ସଚିବ ଓ ୨ ଉପ ଶାସନ ସଚିବ ପଦବୀ ଖାଲି ମଧ୍ୟ ଖାଲି ପଡିଛି । ୪ ଡେସ୍କ ଅଫିସର , ୩୬୫ ଉପ ବିଭାଗ ଅଧିକାରୀ ପଦବୀ ମଧ୍ୟ ଖାଲି ପଡିଛି । ୩୪୮ ସହକାରୀ ଉପ ବିଭାଗ ଅଧିକାରୀ ପଦବୀ ମଧ୍ୟ ଖାଲି ରହିଛି ।ଉକ୍ତ ପଦବୀଗୁଡ଼ିକ ପୂରଣ ପାଇଁ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।
