କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅନୁରୋଧ କ୍ରମେ ଭାରତୀୟ ଖାଦ୍ୟ ନିଗମ ବା ଏଫସିଆଇ ଓଡ଼ିଶାରୁ ଅତିରିକ୍ତ ୮ ଲକ୍ଷ ମେଟ୍ରିକ୍ ଟନ୍ ତଥା ମୋଟ ୫୮ ଲକ୍ଷ ଧାନ(ଚାଉଳ ଆକାରରେ) କିଣିବ ବୋଲି କେନ୍ଦ୍ର ଖାଉଟି ବ୍ୟାପାର, ଖାଦ୍ୟ ଏବଂ ସାଧାରଣ ବଣ୍ଟନ ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ ସୂଚନା ଦେଇଛନ୍ତି । ସେହିପରି ରବି ଫସଲ ପାଇଁ ଏହି ଲକ୍ଷ୍ୟକୁ ୧୦ ଲକ୍ଷ ମେଟ୍ରିକ୍ ଟନରୁ ବୃଦ୍ଧି କରି ୧୧ ଲକ୍ଷ ମେଟ୍ରିକ୍ ଟନ୍ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ସୂଚନାମୁତାବକ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗତ ଅଗଷ୍ଟ ୪ତାରିଖରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଯୋଶୀଙ୍କୁ ଭେଟି ଏ ବିଷୟରେ ଆଲୋଚନା କରିଥିଲେ । ବିଶେଷ ଭାବରେ ଓଡ଼ିଶାରେ ଖରିଫ ଋତୁ ଓ ରବି ଋତୁ ପାଇଁ ଉଷୁନା ଚାଉଳ ଉଠାଣ ସହ ନିର୍ଦ୍ଧାରିତ ଲକ୍ଷ୍ୟ ଠାରୁ ଅଧିକ ଧାନ ସଂଗ୍ରହ କରିବା ପାଇଁ ଆଲୋଚନା କରିବା ସହ ଚିଠି ଦେଇଥିଲେ ।
