ଓଡ଼ିଶା ପାଇଁ ଖୁସି ଖବର, ରାଜ୍ୟରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ। , ଅନୁଗୁଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ।ଏନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।
ଏଥିସହ ଧର୍ମେନ୍ଦ୍ର କହିଛନ୍ତି, ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଲକ୍ଷ୍ୟରେ ଏହି ନୂଆ ବିଦ୍ୟାଳୟଗୁଡିକୁ ମଞ୍ଜୁର ପ୍ରଦାନ କରାଯାଇଛି। ଆଗାମୀ ଦିନରେ ଭାରତ ସରକାର ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ଓ ଗୋଟିଏ କେନ୍ଦ୍ରୀୟ ବିଦ୍ୟାଳୟର ସମ୍ପ୍ରସାରଣ ପାଇଁ ପ୍ରାୟ ୫୮୭୨ କୋଟି ଟଙ୍କା ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ପ୍ରାୟ ୨୩୫୯ କୋଟି ଟଙ୍କା ଖର୍ଚ୍ଚ କରିବେ। ଏହାଦ୍ୱାରା ଏକବିଂଶ ଶତାବ୍ଦୀର ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ଜ୍ୱଳ ହେବ।