ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ, ୧୧ ଶହ ଏକର ଜମି ଚିହ୍ନଟ

ଭୁବନେଶ୍ବର,(ଓଡ଼ିଶା ଦର୍ପଣ): ଓଡ଼ିଶାରେ ତିଆରି ହେବ ପ୍ରତିରକ୍ଷା ଓ ବିମାନ ଯନ୍ତ୍ରାଂଶ ୟୁନିଟ।ରାଜ୍ୟରେ ସ୍ଥାପନ ହେବ ପ୍ରଥମ ଟିଟାନିୟମ ଓ ଏରୋସ୍ପେସ କମ୍ପୋନେଣ୍ଟ ମାନୁଫାକ୍ଚରିଂ ୟୁନିଟ୍। ଏଥିଲାଗି ଆଜି ରାଜ୍ୟ ସରକାରଙ୍କ ସହ ଏମଓୟୁ ସ୍ବାକ୍ଷର କଲା କଲ୍ୟାଣୀ ଷ୍ଟିଲ ।ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ
ପଟ୍ଟନାୟକଙ୍କ ଉପସ୍ଥିତିରେ ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି । ସୂଚନାନୁଯାୟୀ, ଢେଙ୍କାନାଳ ଗଜମରାରେ ଏହି ସମନ୍ବିତ ପ୍ରକଳ୍ପ ହେବ। ଏଥିପାଇଁ ୧୧ ଶହ ଏକର ଜମି ଚିହ୍ନଟ ହୋଇଛି। ଆସନ୍ତା ସେପ୍ଟେମ୍ବରରୁ ପ୍ରକଳ୍ପ କାମ ଆରମ୍ଭ ହେବ। ୨୪ ମାସ ମଧ୍ୟରେ ଉତ୍ପାଦନ ଆରମ୍ଭ ହେବ।ଦୁଇଟି ପର୍ଯ୍ୟାୟରେ ପୁଞ୍ଜିନିବେଶ ହେବ।
ପ୍ରଥମ ପର୍ଯ୍ୟାୟରେ ୧୧ ହଜାର ୭୫୦ କୋଟି ଟଙ୍କାର ପୁଞ୍ଜିନିବେଶ ହେବ। ଏହାଦ୍ଵାରା ୧୦ ହଜାର କର୍ମ ନିଯୁକ୍ତି ସୃଷ୍ଟି ହେବ।

ଅଧିକ ପଢନ୍ତୁ