ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଡାକ୍ତରମାନଙ୍କର ଦୀର୍ଘଦିନର ଦାବିଗୁଡ଼ିକର ସମାଧାନ ପାଇଁ ସରକାର ଏକ ‘ସଚିବ ସ୍ତରୀୟ କମିଟି’ ଗଠନ କରିବେ ବୋଲି ଆଶ୍ୱାସନା ଦେଇଛନ୍ତି । ଏହି ନିଷ୍ପତ୍ତି ପରେ ରାଜ୍ୟର ସରକାରୀ ହସ୍ପିଟାଲଗୁଡ଼ିକରେ ଓପିଡି, ଆଇପିଡି ଏବଂ ଅନ୍ୟାନ୍ୟ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ସ୍ୱାଭାବିକ ହେବାକୁ ଯାଉଛି । ଓମ୍ସା ଏବଂ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି। ଆସନ୍ତା ୨୨ ତାରିଖରେ କମିଟିର ପ୍ରଥମ ବୈଠକ ବସିବ।
