ଓଡ଼ିଶାରେ ସୃଷ୍ଟି ହୋଇପାରେ ବନ୍ୟା ସ୍ଥିତି, ଚେତାବନୀ ଦେଲେ IMD ଡିଜି

ଅବପାତ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ନେଇ ଆଇଏମଡି କରିଛି ପୂର୍ବାନୁମାନ । ରାଜ୍ୟବାସୀଙ୍କୁ ସତର୍କ କରିଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ।ସୋମବାର ଉତ୍ତର ଓଡ଼ିଶା ସାଙ୍ଗକୁ ମଙ୍ଗଳବାର ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି IMD ଡିଜି ପୂର୍ବନୁମାନ କରିଛନ୍ତି। ଏପରିକି କେତୋଟି ସ୍ଥାନରେ ୨୦ ସେମି ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ହେବ ବୋଲି ଆକଳନ କରିଛନ୍ତି।ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଅବବାହିକାରେ ପୁଣି ବର୍ଷା ହେବା ନେଇ ସତର୍କ ରହିଛି । ଉପକୂଳରେ ପାରାଦ୍ୱୀପଠୁ ଆରମ୍ଭ କରି ପଶ୍ଚିମରେ ସମ୍ବଲପୁର ପର୍ଯ୍ୟନ୍ତ ବର୍ଷିବ ।

ସମୁଦ୍ର ଅଶାନ୍ତ ରହିଛି, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି । ସ୍ଥଳଭାଗରେ ମଧ୍ୟ ଘଣ୍ଟାକୁ ୩୦ କି.ମି. ବେଗରେ ପବନ ସମ୍ଭାବନା ରହିଛି ।

ଅଧିକ ପଢନ୍ତୁ

Odisha Darpan Digital