ଓଡ଼ିଶା ଆସିବେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା

ଫେବୃଆରୀ ୨୮ରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିଶନ କାର୍ଯ୍ୟକ୍ରମରେ ସେ ଯୋଗ ଦେବେ।ଶେଷଥର ପାଇଁ ନଡ୍ଡା ଗତବର୍ଷ ସେପ୍ଟେମ୍ବର ୨୬ରେ ଓଡ଼ିଶା ଗସ୍ତ କରିଥିଲେ । ଏହି ଗସ୍ତବେଳେ ନଡ୍ଡା ଏକାଧିକ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।ଅନ୍ୟପଟେ ଭାଜପା ରାଜ୍ୟ ସଭାପତି କିଏ ହେବେ ସେନେଇ ଚୟନ ହୋଇନାହିଁ। ଏବେ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ମାର୍ଚ୍ଚ ୩୧ ତାରିଖ ପୂର୍ବରୁ ଭାଜପା ରାଜ୍ୟ ସଭାପତି ନାଁ ହେବ ଘୋଷଣା କରାଯିବ।

ଅଧିକ ପଢନ୍ତୁ

Odisha Darpan Digital