ଓଡ଼ିଶା ପୋଲିସ ପରୀକ୍ଷା ସ୍ଥଗିତ । ଆସନ୍ତା ମାର୍ଚ୍ଚ ୮ ଓ ୯ ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବନ୍ଦ ରଖିଛି OPRB । ଓଡ଼ିଶା ପୋଲିସର ଗ୍ରୁପ-‘ବି’ ଏକ୍ସଜାମକୁ ଅନ୍ୟାଦେଶ ଯାଏଁ ସ୍ଥଗିତ ରଖାଯାଇଛି । ଏନେଇ ବୋର୍ଡ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ରିଲିଜ୍ କରି ସୂଚନା ଦିଆଯାଇଛି । ମାର୍ଚ୍ଚ ୯ରେ ସହକାରୀ କୃଷି ଅଧିକାରୀ ପରୀକ୍ଷା ଏବଂ ଏସଆଇ ପରୀକ୍ଷା ଗୋଟିଏ ଦିନରେ ଥିବାରୁ ପରୀକ୍ଷାର୍ଥୀ ତଥା ଚାକିରି ଆଶାୟୀ ଅସନ୍ତୋଷ ପ୍ରକାଶ କରିଥିଲେ । କାର୍ଯ୍ୟସୂଚୀ ବିଶୃଙ୍ଖଳାର ପ୍ରତିବାଦରେ ଷ୍ଟୁଡେଣ୍ଟସ୍ ଏଗେନଷ୍ଟ କରପସନ୍ (ଏସଏସି) ସଂଗଠନ ଏନେଇ ରାସ୍ତାକୁ ଓହ୍ଲାଇଥିଲେ । ଫଳରେ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି ।
