ଭାରତୀୟ ହକି ଦଳ ଲଗାତାର ଦ୍ୱିତୀୟ ଥର ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ବିଜୟୀ ଦଳର ସଦସ୍ୟ ଥିବା ଓଡ଼ିଶାର ଅମିତ ରୋହିଦାସ ଶୁକ୍ରବାର ଓଡ଼ିଶା ଫେରିଛନ୍ତି। ତେବେ ଆଜି ଅମିତ ରୋହିଦାସଙ୍କୁ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ନବୀନ ନିବାସରେ ସମ୍ବର୍ଦ୍ଧିତ କରିଛନ୍ତି । ଅମିତଙ୍କୁ ରୁପା ତାରକସି କାମର ରଥାରୂଢ଼ ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପ୍ରତିମୂର୍ତ୍ତି ଏବଂ ଉତ୍ତରୀୟ ଦେଇ ନବୀନ ପଟ୍ଟନାୟକଙ୍କୁ ସମ୍ବର୍ଦ୍ଧିତ କରିଥିଲେ ।
ଓଡିଶା ଭାରତୀୟ ହକି ଦଳକୁ ପ୍ରାୟୋଜିତ କରିବା ପରେ ଲଗାତାର ଦୁଇଟି ଅଲିମ୍ପିକରେ ଦଳ ଦୁଇ ଦୁଇଟି ବ୍ରୋଞ୍ଜ ପଦକ ପାଇ ଦେଶର ଗୌରବ ବୃଦ୍ଧି କରିଥିବାରୁ ନବୀନ ପଟ୍ଟନାୟକ ଅମିତଙ୍କୁ ଓ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଥିଲେ l ଆଗାମୀ ଲସଏଞ୍ଜେଲ୍ସ ଅଲିମ୍ପିକରେ ଭାରତୀୟ ଦଳ ଆହୁରି ଭଲ ପ୍ରଦର୍ଶନ କରି ସୁନା ପଦକ ଜିତିବ ବୋଲି ନବୀନ ପଟ୍ଟନାୟକ ଦୃଢ଼ ଆଶା ବ୍ୟକ୍ତ କରିଥିଲେ.