ଓଡ଼ିଶା ସମେତ ୧୪ଟି ରାଜ୍ୟକୁ ବଜ୍ରପାତ ନେଇ ସତର୍କତା ଜାରି

ଦେଶରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି।ତେବେ  ଆଜି ପାଣିପାଗ ବିଭାଗ ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ, ହରିୟାଣା, ରାଜସ୍ଥାନ, ପଞ୍ଜାବ, ଉତ୍ତରାଖଣ୍ଡ, ହିମାଚଳ ପ୍ରଦେଶ, ଜମ୍ମୁ କଶ୍ମୀର, ପଶ୍ଚିମବଙ୍ଗ, ଓଡ଼ିଶା, ଆସାମ, ତାମିଲନାଡୁ ଏବଂ କେରଳ ସମେତ ୧୪ଟି ରାଜ୍ୟରେ ପ୍ରବଳ ବର୍ଷା ଏବଂ ବଜ୍ରପାତ ପାଇଁ ସତର୍କତା ଜାରି କରିଛି। ଘଣ୍ଟା ପ୍ରତି ୭୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ ପାଇଁ ମଧ୍ୟ ସତର୍କତା ଜାରି କରାଯାଇଛି । ତେବେ ମଙ୍ଗଳବାର ସାରା ରାଜ୍ୟରେ ପ୍ରବଳ ବର୍ଷା ହେବା ସହିତ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ବୌଦ୍ଧ, କନ୍ଧମାଳ ଜିଲାର କିଛି ସ୍ଥାନରେ ପ୍ରବଳ ଓ ପବନ ବର୍ଷା ସହିତ ଘଡ଼ଘଡ଼ି ବିଜୁଳି ନେଇ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ତେବେ ସୁନ୍ଦରଗଡ଼ ଜିଲାରେ କୁଆପଥର ବୃଷ୍ଟିପାତ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ଏହାବାଦ୍‌ ରାଜ୍ୟର ଅନ୍ୟ ଜିଲା ଯଥା ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡା, ବରଗଡ଼, ସୋନପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲାକୁ ଘଡ଼ଘଡ଼ି ବିଜୁଳି ସହ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

ଅଧିକ ପଢନ୍ତୁ