ଓଡିଶାର ୧୨ଟି ସ୍ଥାନରେ ହେବ ମକ୍‌ଡ୍ରିଲ୍‌

ଦେଶର ଗୃହ ମନ୍ତ୍ରଣାଳୟ ବୁଧବାର ଦେଶର ୨୪୪ଟି ଜିଲ୍ଲାରେ ଏକକାଳୀନ ମକ୍ ଡ୍ରିଲ୍ କରିବାକୁ ନିର୍ଦ୍ଦେଶ ଦେଇଛି। ଏହି ଅଭ୍ୟାସ ମଇ ୭ରେ ଅନୁଷ୍ଠିତ ହେବ। ଏଥିରେ ଏୟାର ସାଇରନକୁ ଚେତାବନୀ ଭାବେ ବ୍ୟବହାର କରାଯିବ।। ଆକ୍ରମଣ ହେଲେ ସାଧାରଣ ଲୋକମାନେ କଣ କରିବେ ସେନେଇ ତାଲିମ ଦିଆଯିବ । ଯେକୌଣସି ପରିସ୍ଥିତିରେ ଆକ୍ରମଣ ହେଲେ ସାଧରଣ ଲୋକ ଓ ଛାତ୍ରମାନେ କିଭଳି ସୁରକ୍ଷିତ ସ୍ଥାନକୁ ଯିବେ ତାହାର ଅଭ୍ୟାସ କରିବାକୁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଏହି ସମୟରେ ଛାତ୍ର ଏବଂ ନାଗରିକଙ୍କୁ ତାଲିମ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି ।ଓଡିଶାରେ ୧୨ଟି ସ୍ଥାନରେ ମକ୍‌ଡ୍ରିଲ ହେବ।

ଧାମରା, ଚାନ୍ଦିପୁର, ଭୁବନେଶ୍ୱର, କଟକ, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା, ଗୋପାଳପୁର, ପାରାଦୀପରେ ମକ୍‌ଡ୍ରିଲ୍‌ ହେବା ନେଇ ସୂଚନା ରହିଛି। ଏହାସହ ଅନ୍ୟ ୩ଟି ସ୍ଥାନରେ ବି ହୋଇପାରେ ମକ୍‌ଡ୍ରିଲ୍‌ । ଏହାପୂର୍ବରୁ ରବିବାର ଫିରୋଜପୁର କ୍ୟାଣ୍ଟନମେଣ୍ଟ ଅଞ୍ଚଳରେ ୩୦ମିନିଟ୍‌ ପାଇଁ ବ୍ଲାକଆଉଟ ଅଭ୍ୟାସ କରାଯାଇଥିଲା । ଯେଉଁଥିରେ ରାତି ୯ଟାରୁ ୯ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ଲାଇଟ୍‌ ବନ୍ଦ କରାଯାଇଥିଲା ।

ଅଧିକ ପଢନ୍ତୁ