କଂଗ୍ରେସରୁ ବିଦା ହେଲେ ମହମ୍ମଦ ମୋକିମ୍

ମହାଙ୍ଗା ପଡ଼ିଲା ଦଳୀୟ ନେତୃତ୍ବକୁ ଚ୍ୟାଲେଞ୍ଜ। କଂଗ୍ରେସରୁ ବିଦା ହେଲେ ପୂର୍ବତନ ବିଧାୟକ ତଥା ବରିଷ୍ଠ ନେତା ମହମ୍ମଦ ମୋକିମ୍ । ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖି ଅଡୁଆରେ ପଡ଼ିଲେ ।ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ଦଳରୁ ବହିଷ୍କୃତ କରାଯାଇଥିବା ଓପିସିସି ପକ୍ଷରୁ ସୂଚନା ଦିଆଯାଇଛି ।

ମହମ୍ମଦ ମୋକିମଙ୍କୁ ଦଳର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି । ପିସିସି ସଭାପତି ଭକ୍ତ ଦାସଙ୍କ ସହ କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଜାତୀୟ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେଙ୍କ ନେତୃତ୍ବକୁ ନେଇ ପ୍ରଶ୍ନ କରିଥିଲେ । କଂଗ୍ରେସର ପରିଚାଳନା ନେଇ ଅସନ୍ତୋଷ ପ୍ରକାଶ କରି ଦଳର ନେତ୍ରୀ ସୋନିଆ ଗାନ୍ଧୀଙ୍କ ନିକଟକୁ ଚିଠି ଲେଖିଥିଲେ ମୋକିମ୍ । ସୂଚନା ଅନୁଯାୟୀ, ଗତ ୧୧ ତାରିଖରେ ରାଜ୍ୟ କଂଗ୍ରେସର ନେତୃତ୍ବକୁ ନେଇ ପ୍ରଶ୍ନ ଉଠାଇଥିଲେ ବରିଷ୍ଠ ନେତା ମହମ୍ମଦ ମୋକିମ୍ । ସେ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ବକୁ ଖୋଲା ଚ୍ୟାଲେଞ୍ଜ କରି ସୋନିଆ ଗାନ୍ଧିଙ୍କୁ ଚିଠି ଲେଖିଥିଲେ । ଭକ୍ତ ଦାସ କଂଗ୍ରେସ ପାଇଁ ନୁହେଁ ବରଂ ଅନ୍ୟ ଦଳ ପାଇଁ କାର୍ଯ୍ୟ କରୁଛନ୍ତି । ରାଜ୍ୟରେ ଶାସକ ଦଳକୁ ସୁହାଇଲା ଭଳି କାର୍ଯ୍ୟ କରୁଛନ୍ତି ବୋଲି ଅଭିଯୋଗ କରିଥିଲେ । ପିସିସି ସଭାପତିଙ୍କ ପରିଚାଳନାଗତ ତୃଟି ପାଇଁ ନୂଆପଡ଼ାରେ କଂଗ୍ରେସ ହାରିଲା ବୋଲି ଅଭିଯୋଗ ଆଣିଥିଲେ।

ଅଧିକ ପଢନ୍ତୁ