ରାଜ୍ୟସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ପରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ କହିଛନ୍ତି ଯେ କଂଗ୍ରେସ ରାଜ୍ୟସଭା ପାଇଁ ଗୋଟିଏ ପ୍ରାର୍ଥୀ ଦେବ । ଦଳ ଭିତରୁ ଜଣଙ୍କୁ ପ୍ରାର୍ଥୀ କରିବୁ, ଏକ୍ ହୋଇ ଜିତାଇବାକୁ ଚେଷ୍ଟା କରିବୁ । ନବୀନ ପଟ୍ଟନାୟକଙ୍କୁ ଆମ ସଭାପତି ଭେଟିବା ପରେ ଆହୁରି ସ୍ପଷ୍ଟତା ଆସିବ । ବିଜେଡି ସମର୍ଥନ ପାଇଁ ପ୍ରୟାସ କରିବାରେ କିଛି ଅସୁବିଧା ନାହିଁ । ମିଳିତ ପ୍ରାର୍ଥୀ ପାଇଁ ପ୍ରୟାସ କରିବାରେ ବି କିଛି ଅସୁବିଧା ନାହିଁ ବୋଲି କହିଛନ୍ତି ରାମଚନ୍ଦ୍ର କାଡାମ | ସୂଚନାମୁତାବକ ମାର୍ଚ୍ଚ ୧୬ରେ ରାଜ୍ୟ ସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ନେଇ ପ୍ରେସ୍ ନୋଟ ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ୧୦ ରାଜ୍ୟର ୩୭ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାର ୪ ଆସନ ପାଇଁ ନିର୍ବାଚନ ହେବ। ଫେବୃଆରୀ ୨୬ରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ।
ମାର୍ଚ୍ଚ ୫ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ୬ରେ ଯାଞ୍ଚ କରାଯିବ। ମାର୍ଚ୍ଚ ୯ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ମାର୍ଚ୍ଚ ୧୬ ତାରିଖ ସକାଳ ୯ରୁ ଅପରାହ୍ଣ ୪ ଯାଏ ଭୋଟ ଗ୍ରହଣ ହେବ। ଅପରାହ୍ଣ ୫ଟାରେ ହେବ ଭୋଟ ଗଣତି କରାଯିବ।
