କଟକ ବଡ଼ ମେଡିକାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ୧୦ ମୃତକଙ୍କ ମିଳିଲା ପରିଚୟ

କଟକ ବଡ଼ ମେଡିକାଲରେ ଘଟିଥିବା ଭୟାବହ ଅଗ୍ନିକାଣ୍ଡରେ ଯାଇଛି ୧୦ ଜୀବନ। ଏ ଘଟଣାକୁ ଗମ୍ଭୀରତାର ସହ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେମିତି ଅଗ୍ନିକାଣ୍ଡ ଘଟିଲା ? ନିଆଁ ଲାଗିବା ପରେ କେମିତି ଏତେ ସଂଖ୍ୟାରେ ଜୀବନ ଗଲା ତାକୁ ନେଇ ମୁଖ୍ୟମନ୍ତ୍ରୀ ଉଦବେଗ ପ୍ରକାଶ କରିଛନ୍ତି। ଏ ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନିକାଣ୍ଡରେ ୧୦ ରୋଗୀଙ୍କ ମୃତ୍ୟୁ ହୋଇଥିବାବେଳେ ୫ ରୋଗୀଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଏହି ଅଗ୍ନିକାଣ୍ଡରେ ୧୦ ମୃତକଙ୍କ ପରିଚୟ ମିଳିଛି। ୧୦ ମୃତକ ଜଣଙ୍କ ମଧ୍ୟରେ ରମେଶ ପରିଡ଼ା, ଦାଶରୁ ମୁଣ୍ଡା, ଏମ.ଡି ନ୍ୟୁମ, ଗୌରାଙ୍ଗ ବାରିକ, ଏସ କେ ଅବଦୁଲ ସତାର, ମଧୁସୂଦନ ଦଳାଇ, କୃଷ୍ଣଚନ୍ଦ୍ର ବିଶ୍ୱାଳ, ରବୀନ୍ଦ୍ର ଦାସ, ଚେରୁ ପରିଡ଼ା, ମେନକା ରାଉତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଆଇସିୟୁରୁ ସ୍ଥାନାନ୍ତରିତ ହୋଇଥିବା ଅନ୍ୟ ରୋଗୀମାନଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ବିଭାଗ ତଥା ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ଅଧିକ ପଢନ୍ତୁ