କଟକ ବାଲିଯାତ୍ରା ୨୨ତାରିଖ ପରିବର୍ତ୍ତେ ୨୩ତାରିଖ ପର୍ଯ୍ୟନ୍ତ ଚାଲିବ ।

ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ମାନ୍ୟବର ମୁଖ୍ୟମନ୍ତ୍ରୀ ଐତିହାସିକ ବାଲିଯାତ୍ରା ଅବଧିକୁ ଆଉ ଏକ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ ପର୍ଯ୍ୟନ୍ତ ଆୟୋଜିତ ଏହି ମହୋତ୍ସବ ନବମ ଦିବସରେ ଉଦ୍‌ଯାପନ ହେବ।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏହି ବାଲିଯାତ୍ରାକୁ ଉଦଘାଟନ କରିଥିଲେ । ଚଳିତବର୍ଷ କଟକ ବାଲିଯାତ୍ରାରେ ବିଭିନ୍ନ ଦେଶର ରାଷ୍ଟ୍ରଦୂତମାନଙ୍କୁ ଦେଖିବାକୁ ମିଳିଥିଲା। ରାଜ୍ୟ ସରକାର ଏହି ଐତିହାସିକ ବାଲିଯାତ୍ରାକୁ ‘ୟୁନେସ୍କୋ’ ମାନ୍ୟତା ଦେବା ପାଇଁ ପ୍ରୟାସ କରୁଥିବା ଜଣାପଡ଼ିଛି ।

ଅଧିକ ପଢନ୍ତୁ