ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଦିନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି ପହଞ୍ଚିଛନ୍ତି। ତାଙ୍କୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ରାଜ୍ୟପାଳ ଡକ୍ଟର ହରିବାବୁ କାମ୍ଭମପତି ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱାଗତ କରିଛନ୍ତି।
ଏହା ପରେ ରାଷ୍ଟ୍ରପତି ଏକ ସ୍ୱତନ୍ତ୍ର ବାୟୁସେନା ହେଲିକପ୍ଟରରେ ନୀଳମାଧବ ମନ୍ଦିର ଦର୍ଶନ ପାଇଁ ସିଧାସଳଖ ନୟାଗଡ଼ ଜିଲ୍ଲାର କାଣ୍ଟିଲୋ ଯାଇଛନ୍ତି। ସନ୍ଧ୍ୟାରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚି ରାଜଭବନ ଅଭିମୁଖେ ଯିବେ। ସେଠାରେ ସେ ରାତ୍ରିଯାପନ କରିବେ।ମଙ୍ଗଳବାର ସକାଳ ୯ଟାରେ ରାଷ୍ଟ୍ରପତି ଦିଲ୍ଲୀ ଅଭିମୁଖେ ଫେରିଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ସ୍ଥିତି ସମୀକ୍ଷା କରିଛନ୍ତି ନୟାଗଡ଼ ଜିଲ୍ଲାପାଳ ଓ ଏସ୍ପି। ତେବେ ଏହି ଗସ୍ତକୁ ନଜରରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱରରେ ଜନସାଧାରଣଙ୍କ ପାଇଁ ୨୪ ଓ ୨୫ ତାରିଖ ଲାଗି ଟ୍ରାଫିକ ଆଡଭାଇଜରି ଜାରି କରାଯାଇଥିଲା।