କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର

ଲୋକପ୍ରିୟ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ଅଭିଜିତ ମଜୁମଦାର ଏମ୍ସକୁ ସ୍ଥାନାନ୍ତର । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇଛି । ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ସୂଚନା ଅନୁସାରେ କିଛି ଦିନ ହେବ ସେ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ତୁରନ୍ତ କଟକର ସିଡିଏରେ ଥିବା ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେ ଦୀର୍ଘ ଦିନ ହେବ ଲିଭର୍ ଜନିତ ରୋଗରେ ପୀଡ଼ିତ ଥିବା ସୂଚନା ମିଳିଛି । ଅଭିଜିତଙ୍କ ଶରୀରରେ ପୋଟାସିୟମ କମି ଯିବାରୁ ଗୁରୁତର ହୋଇପଡ଼ିଥିଲେ । ତେଣୁ ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଅଭିଜିତ ମଜୁମଦାରଙ୍କ ଅସୁସ୍ଥତା ଖବର ସଙ୍ଗୀତ ଜଗତରେ ଏକ ଦୁଃଖ ଖେଳାଇ ଦେଇଥିବା ବେଳେ ବିଭିନ୍ନ କଳାକାର, ସଂଗୀତ ପ୍ରେମୀ, କଣ୍ଠଶିଳ୍ପୀ କଟକ ଯାଇ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଥିଲେ ।

ଅଧିକ ପଢନ୍ତୁ