ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ ବୃଦ୍ଧି କଲେ ସରକାର । ମାସିକ ୧୬ ହଜାର ଟଙ୍କାକୁ ବଢ଼ିଲା ପାରିଶ୍ରମିକ । ସମଗ୍ର ଶିକ୍ଷା ଯୋଜନାରେ ବଢ଼ିଲା କନିଷ୍ଠ ଶିକ୍ଷକଙ୍କ ପାରିଶ୍ରମିକ । ଏହାସହିତ ଏହି ବର୍ଗର ଶିକ୍ଷକ ମାନଙ୍କ ଇପିଏଫ ପରିମାଣ ମଧ୍ୟ ବୃଦ୍ଧି ପାଇପାରେ। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ କନିଷ୍ଠ ଶିକ୍ଷକମାନେ ନିୟୋଜିତ ହୋଇଛନ୍ତି। ସେମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି।
