କନ୍ଧମାଳ ଆମ୍ଵ ଟାକୁଆ ଖାଇ ମୃତ୍ୟୁ ଘଟଣା : ଖାଦ୍ୟଯୋଗାଣ ମନ୍ତ୍ରୀ ଇସ୍ତଫା ଦିଅନ୍ତୁ

କନ୍ଧମାଳ ଆମ୍ବ ଟାକୁଆ ଖାଇ ମୃତ୍ୟୁ ଘଟଣାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଇସ୍ତଫା ସହ ଗିରଫ ଦାବି କଲା ବିଜେଡି । ଆଦିବାସୀ ମାନଙ୍କୁ ତାତ୍ସଲ୍ୟ କରିଥିବାରୁ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କ୍ଷମା ମାଗନ୍ତୁ ବୋଲି ମଧ୍ୟ ଦାବି କଲା ବିଜେଡି ।କନ୍ଧମାଳ ଜିଲ୍ଲାର ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଜାଉ ଖାଇ ୨ ମୃତ ଓ ୬ ଗୁରୁତର ହେବା ଘଟଣାରେ ଆଜି ବିଜୁ ଜନତା ଦଳ ରାଜ୍ୟ ସରକାରକୁ ସଂପୂର୍ଣ୍ଣ ଦାୟୀ ବୋଲି ଅଭିହିତ କରିବା ସହିତ ରାଜ୍ୟ ଯୋଗାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଇସ୍ତଫା ଓ ଉପମୁଖମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡାଙ୍କ ଦାୟିତ୍ଵହୀନ ମନ୍ତବ୍ୟ ପାଇଁ ସେ ରାଜ୍ୟବାସୀଙ୍କ ନିକଟରେ କ୍ଷମା ମାଗନ୍ତୁ ବୋଲି ଦାବୀ କରାଯାଇଛି। ଆଜି ଶଙ୍ଖଭଵନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, ଦଳର ମୁଖପାତ୍ର ଡ଼ଃ ଲେଖାଶ୍ରୀ ସାମନ୍ତସିଂହାର କହିଥିଲେ, ରାଜ୍ୟରେ ପିଡ଼ିଏସ ବଣ୍ଟନ ବ୍ୟବସ୍ଥା ଭୁଶୁଡି ପଡିବା କାରଣରୁ, କନ୍ଧମାଳ ଜିଲ୍ଲାର ମାଣ୍ଡିପଙ୍କା ଗ୍ରାମର ଆଠଟି ପରିବାରର ମହିଳାମାନେ ଆମ୍ବ ଟାକୁଆ ଜାଉ ଖାଇବାକୁ ବାଧ୍ୟ ହୋଇଥିଲେ।

ରାଜ୍ୟବାସୀଙ୍କ ପାଖରେ ପିଡ଼ିଏସ ରାସନ ପହଞ୍ଚାଇବାରେ ରାଜ୍ୟ ସରକାର ବିଫଳ |ଅକ୍ଟୋବର-ନଭେମ୍ବର-ଡିସେମ୍ବରର ଚାଉଳ ଅକ୍ଟୋବରରେ ପହଞ୍ଚିବା କଥା କିନ୍ତୁ କନ୍ଧମାଳ କେସ୍ ସାମ୍ନାକୁ ଆସିବା ପରେ ସରକାର ଚାଉଳ ବାଣ୍ଟିଲେ । ସରକାର ତାଙ୍କ ଦାୟିତ୍ୱରେ ଅବହେଳା କରିଛନ୍ତି । ମନ୍ତ୍ରୀମଣ୍ଡଳରେ ଥିବା ଆଦିବାସୀ ମନ୍ତ୍ରୀଙ୍କ ସହ ଖୋଦ୍ ମୁଖ୍ୟମନ୍ତ୍ରୀ ସାମ୍ନାକୁ ଆସି ସ୍ପଷ୍ଟୀକରଣ ଦିଅନ୍ତୁ ଯେ, ଆଦିବାସୀ ମାନଙ୍କର ପାରମ୍ପରିକ ଖାଦ୍ୟ କି ଆମ୍ବ ଟାକୁଆ ଜାଉ । ସାଧାରଣ ବଣ୍ଟନ ବ୍ୟବସ୍ଥା ଭୁଶୁଡି ପଡିଛି ଏହାର କାରଣ ହେଉଛି ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ନିଜ ନିଜ ବେପାରରେ ବ୍ୟସ୍ତ ।

ଅଧିକ ପଢନ୍ତୁ