କର୍ତ୍ତବ୍ୟ ଭବନ-୩ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଉଦ୍ଘାଟିତ ହୋଇଛି। ଏହି ଆଧୁନିକ କୋଠା ଦେଶର ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରଣାଳୟର ନୂତନ ମୁଖ୍ୟାଳୟ ହେବ। ଦିଲ୍ଲୀର ଅଲଗା ଅଲଗା ବିଲିଡିଂରେ ଥିବା କେନ୍ଦ୍ର ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବଂ ବିଭାଗ ଖୁବଶୀଘ୍ର କର୍ତ୍ତବ୍ୟଭବନକୁ ସ୍ଥାନାନ୍ତର ହେବ ।ମୋଟ ୧୦ଟି ବିଲ୍ଡିଂ ନିର୍ମାଣ ହେବ ।
ଆସନ୍ତା ୨୦୨୭ ଜୁନ୍ ସୁଦ୍ଧା ସମସ୍ତ ନିର୍ମାଣ ସରିବ । ମନ୍ତ୍ରଣାଳୟଗୁଡ଼ିକୁ ଏକାଠି କରି ଏବଂ ଅତ୍ୟାଧୁନିକ ଭିତ୍ତିଭୂମି ସହିତ ନୀତି କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରିବ କର୍ତ୍ତବ୍ୟ ଭବନ । ଏହା ପ୍ରାୟ ୧.୫ ଲକ୍ଷ ବର୍ଗ ମିଟର ଅଞ୍ଚଳରେ ନିର୍ମାଣ ହୋଇଥିବାବେଳେ ଦୁଇଟି ବେସମେଣ୍ଟ ଏବଂ ସାତ ମହଲା ରହିଛି ।କର୍ତ୍ତବ୍ୟ ଭବନରେ ଗୃହ ମନ୍ତ୍ରଣାଳୟ, ବିଦେଶ ମନ୍ତ୍ରଣାଳୟ, ଗ୍ରାମୀଣ ବିକାଶ ମନ୍ତ୍ରଣାଳୟ, ଏମଏସଏମଇ, ଡିଓପିଟି, ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ଅଫିସ ରହିବ । ଏହି କୋଠାକୁ ୩୦ ପ୍ରତିଶତ କମ୍ ଶକ୍ତି ବ୍ୟବହାର କରିବା ପାଇଁ ଡିଜାଇନ୍ କରାଯାଇଛି । କୋଠାକୁ ଥଣ୍ଡା ରଖିବା ଏବଂ ବାହ୍ୟ ଶବ୍ଦ ପ୍ରଦୂଷଣ ହ୍ରାସ କରିବା ପାଇଁ ସ୍ୱତନ୍ତ୍ର କାଚ ଝରକା ଲଗାଯାଇଛି । ଶକ୍ତି-ସଞ୍ଚୟକାରୀ ଏଲଇଡି ଲାଇଟ୍, ଆବଶ୍ୟକ ନଥିବା ସମୟରେ ଲାଇଟ୍ ବନ୍ଦ କରିବା ପାଇଁ ସେନ୍ସର, ଶକ୍ତି-ସଞ୍ଚୟକାରୀ ସ୍ମାର୍ଟ ଲିଫ୍ଟ ଏବଂ ବିଦ୍ୟୁତ୍ ବ୍ୟବହାର ପରିଚାଳନା ପାଇଁ ଏକ ଉନ୍ନତ ବ୍ୟବସ୍ଥା ଶକ୍ତି ସଂରକ୍ଷଣରେ ସାହାଯ୍ୟ କରିବ ।ଦିଲ୍ଲୀର ବିଭିନ୍ନ କୋଠାରେ ବିଛାଡ଼ି ହୋଇଥିବା କେନ୍ଦ୍ର ସରକାରଙ୍କ ସମସ୍ତ ମନ୍ତ୍ରଣାଳୟ ଏବେ ଗୋଟିଏ କୋଠା ତଳୁ ଚାଲିବ। କର୍ତ୍ତବ୍ୟ ପଥ ଉଭୟ ପାର୍ଶ୍ୱରେ କର୍ତ୍ତବ୍ୟ ଭବନ ନିର୍ମାଣ କରାଯାଉଛି।
ସେଣ୍ଟ୍ରାଲ ଭିଷ୍ଟା ପ୍ରୋଜେକ୍ଟ ଅଧୀନରେ, କେନ୍ଦ୍ରୀୟ ମନ୍ତ୍ରଣାଳୟ ଏବଂ ବିଭାଗ ପାଇଁ ୧୦ଟି ଏପରି କୋଠା ନିର୍ମାଣ କରାଯିବାକୁ ଅଛି, ଯେଉଁଥିରୁ ୩ଟିର ନିର୍ମାଣ କାର୍ଯ୍ୟ ସରିଛି। ପ୍ରଧାନମନ୍ତ୍ରୀ ଏହି କୋଠା ଉଦଘାଟନ କରିଥିଲେ। ଆଜି ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ କର୍ତ୍ତବ୍ୟ ପଥ ଉପରେ ସାଧାରଣ ସଭାକୁ ମଧ୍ୟ ସମ୍ବୋଧିତ କରିବେ।