ରାୟଗଡ / କଲ୍ୟାଣସିଂପୁର ୧୩.୦୪.୨୦୨୬: ରାୟଗଡ ଜିଲ୍ଲା ପ୍ରଶାସନ ତରଫରୁ କଲ୍ୟାଣସିଂପୁର ବ୍ଲକ ସଦର ମହକୁମାସ୍ଥିତ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ବିକାଶ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଉପ ଜିଲ୍ଲାପାଳ ରାୟଗଡ ଶ୍ରୀ ରମେଶ କୁମାର ଜେନା, ଅତିରିକ୍ତ ଆରକ୍ଷୀ ଆଧକ୍ଷ ଶ୍ରୀ ଗସେନ ବାର୍ଲା, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଅଧିକାରୀ ଵି ସରୋଜିନୀ ଦେବୀ, ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ ଅଭିଯୋଗ ଶୁଣାଣି କରିଥିଲେ l
ଆଜି ମୋଟ ୩୪ଟି ଅଭିଯୋଗ ଜିଲ୍ଲାପାଳ ଗ୍ରହଣ କରିଥିଲେ । ସେଥି ମଧ୍ୟରୁ ୧୫ଟି ବ୍ୟକ୍ତିଗତ ଅଭିଯୋଗ ଥିଲା ବେଳେ ୧୮ଗୋଟି ଗ୍ରାମ ବାସୀ ମାନଙ୍କର ସାମୂହିକ ଅଭିଯୋଗ ଥିଲା l ଏହି ଶିବିରରେ ବିଭିନ୍ନ ସମସ୍ୟା ମାନ ଅଭିଯୋଗ ପଞ୍ଜିକୃତ ହୋଇଥିଲା । ସ୍ୱାସ୍ଥ୍ୟଗତ ସମସ୍ୟା ନିମନ୍ତେ ଜଣକୁ ୧୦ହଜାର ଟଙ୍କା ରେଡ କ୍ରସ ପାଣ୍ଠିରୁଜିଲ୍ଲାପାଳ ପ୍ରଦାନ କରିଥିଲେ l ଜିଲ୍ଲାପାଳ ଆଜିର ଅଭିଯୋଗ ପାଇବା ପରେ ବିଭାଗୀୟ ଅଧିକାରୀ ମାନଙ୍କୁ ତୁରନ୍ତ ଫଇସଲା କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ । ଆଜିର ଏହି ଅଭିଯୋଗ ଶିବିରରେ ତହସିଲଦାର,କଲ୍ୟାଣ ସିଂପୁର, ସମେତ ଜିଲ୍ଲା ସ୍ତରୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।
ଅଭିଯୋଗ ଶୁଣାଣି ଶିବିରକୁ ଗୋଷ୍ଠୀ ଉନ୍ନୟନ ଅଧିକାରୀ, ମନୀଷା ଦାସ, ସହକାରୀ ଜିଲ୍ଲାପାଳ (ଗ୍ରୀଭାନ୍ସ) ଶିବ ପ୍ରସାଦ ସାହୁ ପରିଚାଳନା କରିଥିଲେ।
