ପ୍ରକାଶ ପାଇଲା ଯୁକ୍ତ ଦୁଇ କଟ୍ ଅଫ୍ ମାର୍କ। ତେବେ କଟ୍ ଅଫ୍ ମାର୍କରେ ଆଗରେ ରହିଛି ରେଭେନ୍ସା ବିଶ୍ଵ ବିଦ୍ୟାଳୟ। କଳା, ବିଜ୍ଞାନ ଏବଂ ବାଣିଜ୍ୟରେ ରେଭେନ୍ସା ଆଗରେ ରହିଛି। କଳାରେ ୮୧.୩୩% ଥିବାବେଳେ ବିଜ୍ଞାନରେ ୯୧.୮୩% ଏବଂ ବାଣିଜ୍ୟରେ ୮୦.୨୦% କଟ୍ ଅଫ୍ ମାର୍କ ରହିଛି।
ସେହିପରି ଚଳିତବର୍ଷ ତିନି ପର୍ଯ୍ୟାୟରେ ଯୁକ୍ତ ୩ ନାମଲେଖା ଶେଷ ହୋଇଛି। ଆଜିଠାରୁଠାରୁ ଓ୍ବେଟିଂ ଲିଷ୍ଟ ଓ ସ୍ପଟ୍ ନାମଲେଖା ପାଇଁ ଆବେଦନ ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ନାମଲେଖାରୁ ବଞ୍ଚିତ ହୋଇଛନ୍ତି, ସେମାନେ ଏହି ରାଉଣ୍ଡରେ ସୁଯୋଗ ପାଇପାରିବେ। ସେଲ୍ଫ ଫାଇନାନ୍ସ ଏବଂ ସଂସ୍କୃତ କଲେଜର ପିଲାମାନେ ମଧ୍ୟ ଆବେଦନ କରିପାରିବେ। ଆସନ୍ତା ଗୁରୁବାର ୧୦ ତାରିଖ ରାତି ୧୧ଟା ୪୫ ଯାଏ ଆବେଦନ କରିହେବ।