ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ଜିଲ୍ଲା ଦୌରାଜଜ୍ ତଥା ଆଇନସେବା ପ୍ରାଧିକରଣ ଅଧ୍ଯକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ ଅଞ୍ଜଳୀ ମଛଖଣ୍ଡଙ୍କ ତତ୍ବାବଧନାରେ ଜିଲା କୋର୍ଟ ପରିସରରେ କାର୍ଯ୍ୟରତ କର୍ମଚାରୀମାନଙ୍କୁ ନେଇ କାର୍ଯ୍ୟକ୍ଷେତ୍ରରେ
ମହିଳାଙ୍କୁ ଯୌନ ନିର୍ଯାତନା ସମ୍ବନ୍ଧରେ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲା ଅତିରିକ୍ତ ଦୌରାଜଜ ତଥା ପୋସ୍କୋ ବିଚାରପତି ମାନସ କୁମାର ପଣ୍ଡା ଯୋଗଦେଇ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟନ କରି ନିଜ ବକ୍ତବ୍ୟରେ କହିଲେ ଯେ କାର୍ଯ୍ୟକ୍ଷେତ୍ରରେ ମହିଳା ଯୌନ ନିର୍ଯାତନା ଆଇନ୍ ୨୦୧୩ ଅନୁସାରେ ଶରୀରିକ ସଂସ୍ପର୍ଶ ଏବଂ ଅଗ୍ରଗତି, ଯୌନ ଇଛା ସମ୍ପାଦିତ ପାଇଁ ଦାବି କରିବା, ଅନୁରୋଧ କିମ୍ବା ଯୌନ
ସମ୍ପର୍କିତ ମନ୍ତବ୍ୟ କିମ୍ବା ଅଶ୍ଳୀଳ ଚିତ୍ର ପ୍ରଦର୍ଶନ କିମ୍ବା ଅନ୍ୟ କୌଣସି ଅଶୋଭନୀୟ ଶାରୀରିକ ମୌଖିକ କିମ୍ବା ଭାବଭଙ୍ଗୀ ଦ୍ବାରା ଯୌନ ସମ୍ପର୍କିତ କାର୍ଯ୍ୟ ସମ୍ପାଦନ କରିବାକୁ ବୁଝାଏ। ଏହି ଅଧିନିୟମ ଯେଉଁ ମହିଳାମାନେ
କର୍ମକ୍ଷେତ୍ରରେ ନିୟୋଜିତ ଅଛନ୍ତି, ଯେଉଁ ମହିଳାମାନେ ଗ୍ରାହକ, ଶିକ୍ଷାର୍ଥୀ, ଦିନମଜୁରିଆ ଭାବେ କାର୍ଯ୍ୟକରନ୍ତି
ଏମାନଙ୍କୁ ସୁରକ୍ଷା ଦିଏ। ଉପୀଡ଼ିତା ମହିଳା ଲିଖିତ ସମ୍ମତିପତ୍ର ସହ ଅଭିଯୋଗ କରିପାରିବେ। ଉପୀଡ଼ିତା ମହଳାଙ୍କ ସମ୍ପର୍କୀୟ ସାଙ୍ଗସାଥୀ କିମ୍ବା ସହକର୍ମୀ ଜାତୀୟା/ରାଜ୍ୟ ମହିଳା ଅଧିକାରୀ ଘଟଣା ବିଷୟରେ ଅବଗତ ଥିବା ଯେକୌଣସି ବ୍ୟକ୍ତିବିଶେଷ ଅଭିଯୋଗ କରିପାରିବେ। ମାନସିକ ବିକାରଗ୍ରସ୍ତ ମହିଳାଙ୍କ କ୍ଷେତ୍ରରେ ବିଶେଷ ଶିକ୍ଷାବିତ୍ ଯୋଗ୍ୟ ମନସ୍ତତ୍ଵବିତ୍ ମହିଳାଙ୍କ ମୃତ୍ୟୁ ମାମଲାରେ ତାଙ୍କର ଆଇନଗତ ଉତରାଧିକାରୀ ଅଭିଯୋଗ କରିପାରିବେ ବୋଲି ବକ୍ତବ୍ୟ ରଖିଥିଲେ। ଅନ୍ୟତମ ଅତିଥି ଭାବେ ସୁବ୍ରତ କୁମାର ପଟ୍ଟନାୟକ ପରିବାର କୋର୍ଟ,ସତ୍ୟବ୍ରତ ରଣା ସିନିୟର ସିଭିଲ୍ ଜଜ୍, ରବିନାରାୟଣ ବେହେରା, ସିନିୟର ସିଭିଲ୍ ଜଜ୍ (ଏଲ୍ଆର୍ ଆଣ୍ଡ ଏଲ୍ଟିଭି) ସୋନାଲି ସରୀତା ରେଜିଷ୍ଟ୍ରାର୍, ସ୍ଵୟଂପ୍ରଭା ଆଚର୍ଯ୍ୟ ମହିଳା କୋର୍ଟ,ସମାପିକା ସମଦର୍ଶିନୀ ଏସ୍ଡିଜେଏମ୍
ପ୍ରମୁଖ ଯୋଗ ଦେଇଥିଲେ। ଉକ୍ତ ଶିବିରକୁ ସଫଳ କରିବାରେ ଗ୍ରାମୀଣ ଆଇନ୍ ସଚେତନତା କର୍ମୀ ସୋନାଲିକା ପଟ୍ଟନାୟକ, ପ୍ରମୋଦ କୁମାର ମହାନ୍ତି ଏବଂ ପ୍ରାଧିକରଣ କର୍ମଚାରୀ ପବନ କୁମାର ବେହେରା, ଗଦାଧର ବିଶ୍ୱାଳ,ପ୍ରଶାନ୍ତ କୁମାର ସାହୁ, ରାଜେଶ ବାରିକ ପ୍ରମୁଖ ସହଯୋଗ କରିଥିଲେ।