କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତିମଣତି

କାଲିଠାରୁ ପୁଣି ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାରର ଗଣତିମଣତି । କାଲିଠୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହା ପରେ ୧୩ ତାରିଖ ଓ ୧୬ରୁ ୧୮ ତାରିଖ ଯାଏଁ ଗଣତି ହେବ । ଗଣତି ଦିନରେ ଭିତର କାଠ ନିକଟରୁ ଦର୍ଶନ ବନ୍ଦ ହେବ । ବାହାର କାଠ ନିକଟରୁ ଦର୍ଶନ ହେବ । ପରବର୍ତ୍ତୀ ଗଣତି ଦିନଗୁଡିକ ଏହି ପର୍ଯ୍ୟାୟ ପରେ ଘୋଷଣା କରାଯିବ ।ସେହିଭଳି କଡ଼ା ସୁରକ୍ଷା ଦୃଷ୍ଟିରୁ ସର୍ବସାଧାରଣଙ୍କ ନିମନ୍ତେ ଉକ୍ତ ଦିନମାନଙ୍କରେ ଦର୍ଶନ ବ୍ୟବସ୍ଥା ଭିତର କାଠ ନିକଟରୁ ବନ୍ଦ ରଖାଯାଇ କେବଳ ବାହାର କାଠ ନିକଟରୁ କରାଯିବ। ଏଣୁ ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତି କାର୍ଯ୍ୟରେ ପୂର୍ବୋପରି ପୂର୍ଣ୍ଣ ସହଯୋଗ ନିମନ୍ତେ ନିବେଦନ କରିଛନ୍ତି ମୁଖ୍ୟ ପ୍ରଶାସକ । ପରବର୍ତ୍ତୀ ଗଣତି ଦିନଗୁଡ଼ିକ ଏହି ପର୍ଯ୍ୟାୟ ପରେ ଘୋଷଣା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଅଧିକ ପଢନ୍ତୁ