କାଲି ନୁହେଁ ଆଜି ରାତିରେ ହିଁ ଲ୍ୟାଣ୍ଡଫଲ କରିବ ବାତ୍ୟା ଅର୍ଣ୍ଣବ

ମଙ୍ଗଳବାର ରାତିରେ ଲ୍ୟାଣ୍ଡଫଲ କରିପାରେ  ବାତ୍ୟା ଅର୍ଣ୍ଣବ । ହଠାତ୍ ବଦଳିଲା ବାତ୍ୟା ଲ୍ୟାଣ୍ଡଫଲର ସମୟ । ଆଜି ରାତି ୨ଟାରୁ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହେବା ନେଇ ସୂଚନା ମିଳିଛି । ଲ୍ୟାଣ୍ଡଫଲ ବେଳେ ପବନର ବେଗ ୧୪୦ ରୁ ୧୫୦କିମି ରହିବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।ପୂର୍ବରୁ ବୁଧବାର ପୂର୍ବାହ୍ନରେ ବାତ୍ୟା ଅର୍ଣ୍ଣବ ସ୍ଥଳଭାଗ ଛୁଇଁବା ଆକଳନ କରାଯାଇଥିଲା। କିନ୍ତୁ ଅର୍ଣ୍ଣବର ଘଣ୍ଟାପତି ବେଗରୁ ଏହା ମଙ୍ଗଳବାର ମଧ୍ୟ ରାତିରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ବାତ୍ୟା ଅର୍ଣ୍ଣବ ଅପେକ୍ଷାକୃତ ଶୀଘ୍ର ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ରାତିରୁ ଏହାର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଆରମ୍ଭ ହୋଇଯିବ।

ଅଧିକ ପଢନ୍ତୁ