କାଲି ସବୁ ପେଟ୍ରୋଲ ପମ୍ପ ବନ୍ଦ

ଏଫ୍‌ଏମ୍‌ ଅଟୋନୋମସ କଲେଜର ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ମୃତ୍ୟୁକୁ ନେଇ ଓଡ଼ିଶା କଂଗ୍ରେସ ପକ୍ଷରୁ ଆସନ୍ତାକାଲି ଅର୍ଥାତ ଗୁରୁବାର ବନ୍ଦ ଡ଼ାକରା ଦିଆଯାଇଛି। ଏହାକୁ ନେଇ ରାଜ୍ୟ ପେଟ୍ରୋଲ ଡିଲର୍‌ ଆସୋସିଏଶନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଏହି ଦିନ ସମସ୍ତ ପେଟ୍ରୋଲ ପମ୍ପ ବନ୍ଦ ରହିବ।ଏଫଏମ କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ଗୁରୁବାର କଂଗ୍ରେସ ଦେଇଥିବା ଓଡିଶା ବନ୍ଦ ଡାକରା ଯୋଗୁ ସଂଘ ନୀତିଗତ ଭାବେ ଏହି ନିଷ୍ପତ୍ତି ନେଇଛି। ବ୍ୟବସାୟରେ ୧୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କା କ୍ଷତି ହେବ ବୋଲି ଅନୁମାନ କରିଛି ଆସୋସିଏସନ। ୩ ଟି ଡିପୋ ସହ ରାଜ୍ୟରେ ଥିବା ୩ ହଜାରରୁ ଊର୍ଦ୍ଧ୍ବ ପେଟ୍ରୋଲ ପମ୍ପ ବନ୍ଦ ରହିବ ।ଏହା ପରେ ସମସ୍ତ ପେଟ୍ରୋଲ ପମ୍ପ ଖୋଲିବ ।

ଅଧିକ ପଢନ୍ତୁ

kc ads