ଭାରତୀୟ ପାଣିପାଗ ବିଭାଗ ଗୁରୁବାର ରାଜ୍ୟର ୧୧ଟି ଜିଲ୍ଲାରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା ଓ ବଜ୍ରପାତ ହେବା ନେଇ ସତର୍କତା ଜାରି କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ଅନୁଗୁଳ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଏବଂ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟାରେ କାଳବୈଶାଖୀ ହେବାର ଆଶଙ୍କାରହିଛି। ସେହିଭଳି କେନ୍ଦ୍ରାପଡା, ଜଗତସିଂପୁର, ସୁନ୍ଦରଗଡ଼ ଏବଂ କଳାହାଣ୍ଡିର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ୫୦-୬୦ କିଲୋମିଟର ବେଗରେ ପବନ ବହିବା ସହିତ ଝଡ଼ବର୍ଷା/ବଜ୍ରପାତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ନୂଆପଡା, କନ୍ଧମାଳ, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଯାଜପୁର ଏବଂ ବରଗଡ଼ର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସନ୍ଧ୍ୟାରେ ୪୦-୫୦ କିଲୋମିଟର ବେଗରେ ପବନ ବହିବା ସହିତ ଘଡ଼ଘଡ଼ି/ବଜ୍ରପାତ ହୋଇପାରେ।
