କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ।ଜବତ ହେଲା ମୃତ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌।

କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା । ଜବତ ହେଲା ମୃତ ଛାତ୍ରୀଙ୍କ ସୁଇସାଇଡ୍‌ ନୋଟ୍‌। ଏହି ସୁଇସାଇଡ ନୋଟ୍‌ଟି ନେପାଳୀ ଭାଷାରେ ଲେଖାଯାଇଛି। ନୋଟ୍‌ରେ ପୁରୁଷ ବନ୍ଧୁ ର୍ନିଯାତନା ଦେଉଥିବା ଲେଖା ଅଛି। ଅଦିକ ସୂଚନା ପାଇଁ ଜବତ ନୋଟ୍‌କୁ ପୋଲିସ ଫରେନ୍ସିକ ବ୍ୟୁରୋକୁ ପଠାଇଛି। ଏହି ହ୍ୟାଣ୍ଡ ରାଇଟିଂ ନେପାଳୀ ଛାତ୍ରୀଙ୍କର କି ନୁହେଁ ଏନେଇ ପୋଲିସ ତନାଘନା କରୁଛି।ସେପଟେ କିଟ୍ ବିଶ୍ୱବିଦ୍ୟାଳୟରେ ଲାଗି ରହିଛି ଚାପା ଉତ୍ତେଜନା।

ନ୍ୟାୟ ଦାବିରେ ଗତରାତିରେ କିଟ୍ ଛାତ୍ରଛାତ୍ରୀ କ୍ୟାଣ୍ଡେଲ ଶୋଭାଯାତ୍ରା କରିଥିଲେ। ଏବେ କିଟ୍ ମୁଖ୍ୟ ଫାଟକ ସାମନାରେ ପୋଲିସ୍ ଛାଉଣୀ। ୪ ପ୍ଲାଟୁନ ପୋଲିସ୍ ଫୋର୍ସ ମୁତୟନ ଅଛନ୍ତି। ଅତିରିକ୍ତ ଡିସିପିଙ୍କ ସହ ବହୁ ବରିଷ୍ଠ ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ଅଶାନ୍ତ ପରିସ୍ଥତିକୁ ଦୃଷ୍ଟିରେ ରଖି ପୋଲିସ୍ ମୃତୟନ ଅଛନ୍ତି।କିଟ୍‌ରେ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣା ସାରା ରାଜ୍ୟକୁ ତାଜୁବ କରିଦେଇଛି। ଏହାକୁ ନେଇ ରାଜ୍ୟ ରାଜନୀତି ଉଠୁଛିପଡୁଛି। ଘଟଣା ପାଇଁ ଓଡ଼ିଶାକୁ ସାରା ବିଶ୍ୱରେ ନିନ୍ଦା କରାଯାଉଛି। କିଟ୍‌ କର୍ତ୍ତୃପକ୍ଷଙ୍କ ଏଭଳି ବ୍ୟବହାରକୁ ନେପାଳ ସରକାର ଏବଂ ସେଠାକାର ଛାତ୍ର ସଂଘ କଡ଼ା ବିରୋଧ କରିଛନ୍ତି।

ଅଧିକ ପଢନ୍ତୁ