KIIT ଛାତ୍ରୀ ଘଟଣାରେ ଗୁରୁବାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ସରକାରଙ୍କ ହାଇଲେବୁଲ କମିଟି ଆଗରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି। ହାଜର ପାଇଁ ନିର୍ଦ୍ଦେଶ ଜାରି କରିଛି ଉଚ୍ଚ ଶିକ୍ଷା ବିଭାଗ। ଚିଠି ଜରିଆରେ ତାଙ୍କୁ ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟାରେ ସମସ୍ତ ଡକ୍ୟୁମେଣ୍ଟ ସହ ହାଜର ପାଇଁ ନିର୍ଦ୍ଦେଶ ଦିଆଯାଇଛି।ଗତ ୧୬ ତାରିଖ ରାତିରେ ଭୁବନେଶ୍ୱର ସ୍ଥିତ କିଟ୍ ବିଶ୍ୱବିଦ୍ୟାଳୟର ହଷ୍ଟେଲରୁ ମିଳିଥିଲା ବି.ଟେକ ତୃତୀୟ ବର୍ଷର ଛାତ୍ରୀ ପ୍ରକୃତି ଲମସାଲଙ୍କ ମୃତଦେହ। ହଷ୍ଟେଲ୍ ରୁମ୍ର ଏକ ଫ୍ୟାନ୍ରୁ ପ୍ରକୃତିଙ୍କ ଝୁଲନ୍ତା ମୃତଦେହ ଠାବ କରାଯାଇଥିଲା ।
ଯାହାପରେ କଲେଜରେ ଉତ୍ତେଜନା ଦେଖାଦେଇଥିଲା । ଅଭିଯୁକ୍ତକୁ ଗିରଫ ଏବଂ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିରେ ଆନ୍ଦୋଳନ କରିଥିଲେ ବିଶ୍ୱବିଦ୍ୟାଳୟରେ ପଢୁଥିବା ନେପାଳୀ ଛାତ୍ରୀ । ହେଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସମସ୍ତ ଛାତ୍ରଙ୍କୁ ବସ୍ ଯୋଗ ଷ୍ଟେସନ୍କୁ ପଠାଇ ଦେଇଥିଲେ। ଆଉ ବିଶ୍ୱବିଦ୍ୟାଳୟକୁ ସାଇନ୍ ଏ ଡାଏ ଘୋଷଣା କରିଥିଲେ। ଏସବୁ ଘଟଣା ପରେ ମାମଲା ତୀବ୍ର ରୂପ ନେଇଥିଲା। ତେବେ ଏହି ଘଟଣାକୁ ନେଇ ନେପାଳୀ ଛାତ୍ରୀଛାତ୍ର ଓ କିଟ୍ କର୍ତ୍ତୃପକ୍ଷ ମୁହାଁମୁହିଁ ପରିସ୍ଥିତିର କେତେକ ଭିଡିଓ ଭାଇରାଲ ମଧ୍ୟ ହୋଇଛି। ଛାତ୍ରୀଙ୍କୁ ଧମକ ସହ ହଷ୍ଟେଲରୁ ବଳପୂର୍ବକ ତଡୁଥିବା ଦେଖିବାକୁ ମିଳିଛି। ଏଥିସହ ଛାତ୍ରଙ୍କୁ ସୁରକ୍ଷାକର୍ମୀ ମାଡ଼ ମାରୁଥିବା ମଧ୍ୟ ଭିଡିଓରୁ ଦେଖିବାକୁ ମିଳିଛି।