କୁମ୍ଭୀର ଗଣନା ପାଇଁ ଭିତରକନିକା ଅଭୟାରଣ୍ୟ ବନ୍ଦ

ବିଶ୍ବପ୍ରସିଦ୍ଧ ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ, ନାଳ ଓ ନଦୀକୁ ସଂଯୋଗ କରୁଥିବା ଅଞ୍ଚଳରେ ବଉଳା କୁମ୍ଭୀରମାନଙ୍କ ଗଣନା କାର୍ଯ୍ୟ ଆସନ୍ତା ଜାନୁଆରି ୧୪ ତାରିଖରୁ ଆରମ୍ଭ ହୋଇ ୨୨ ତାରିଖରେ ଶେଷ ହେବ।ଏଥିପାଇଁ ପର୍ଯ୍ୟଟକଙ୍କ ଲାଗି ଏହି ଜାତୀୟ ଉଦ୍ୟାନ ବନ୍ଦ ରହିବ ବୋଲି ଜଣାପଡ଼ିଛି। ଶୀତ ସହ ଅମାବାସ୍ୟା ତିଥିକୁ ଦୃଷ୍ଟିରେ ରଖି କୁମ୍ଭୀର ଗଣନା ପାଇଁ ସମୟ ସ୍ଥିର କରାଯାଇଥାଏ। ଶୀତ ଅଧିକ ହେଲେ ଛୋଟରୁ ବଡ ପର୍ଯ୍ୟନ୍ତ ସବୁ କୁମ୍ଭୀର ନଦୀପଠାରେ ଖରା ଖାଇବାକୁ ପଡ଼ି ରହିଥାନ୍ତି। ଭିତରକନିକାର ନଦୀନାଳ ମୁଖ୍ୟତଃ ଜୁଆରିଆ ହୋଇଥିବାରୁ ଅଧିକ ଭଟ୍ଟା ରହୁଥିବା ଅମାବାସ୍ୟା ତିଥି ପରେ ଉଚ୍ଚ ଜୁଆର ଆସୁ ନଥିବାରୁ ନଦୀପଠା ବୁଡି ନ ଥାଏ।

ଏହି ସମୟରେ ଦିନ ଓ ରାତିରେ କୁମ୍ଭୀର ଗଣନା କରିବାକୁ ସୁବିଧା ହୋଇଥାଏ। ଏହି ସମୟରେ ଦେଶବିଦେଶର ପର୍ଯ୍ୟଟକମାନଙ୍କୁ ଭିତରକନିକା ପରିଭ୍ରମଣ ନିଷେଧ କରାଯାଇଛି। ବଉଳା କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କର, ରାଜନଗର ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି ଗଣନା କାର୍ଯ୍ୟ କରାଯିବ।

ଅଧିକ ପଢନ୍ତୁ