କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।ସେ କହିଛନ୍ତି, ଏହି ଯୋଜନାର ସଫଳ କାର୍ଯ୍ୟକାରିତା ପାଇଁ ସରକାର ସ୍ବତନ୍ତ୍ର SOP ଜାରି କରିଛନ୍ତି । ଆର୍ଥିକ ଅନଗ୍ରସର ଯେପରି ଉଚ୍ଚଶିକ୍ଷାରୁ ବଞ୍ଚିତ ନ ହେବେ ସେଥିପ୍ରତି ଗୁରୁତ୍ୱ ଦିଆଯାଉଛି। ଗୁଣାତ୍ମକ ଶିକ୍ଷା ସମସ୍ତଙ୍କ ପାଖରେ ପହଞ୍ଚାଇବା ସରକାରଙ୍କ ମୁଖ୍ୟ ଲକ୍ଷ୍ୟ। କିନ୍ତୁ କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାରେ ପ୍ରଫେସନାଲ କୋର୍ସକୁ ବାଦ ଦିଆଯାଇଛି।ସମସ୍ତ ଯୋଗ୍ୟ ଛାତ୍ରଛାତ୍ରୀଙ୍କୁ ନିଃଶୁଳ୍କ ଶିକ୍ଷାର ସୁବିଧା ମିଳିବ ଏବଂ ଏହାକୁ ସୁନିଶ୍ଚିତ କରିବା ପାଇଁ ସରକାର ପଦକ୍ଷେପ ନେଇଛନ୍ତି ।ନୂଆ ଏସଓପିରେ କେଉଁମାନେ ଏହି ସୁବିଧା ପାଇବେ, କିପରି ଆବେଦନ କରିବେ ଓ କେଉଁ ସଂସ୍ଥା ଏହାର କାର୍ଯ୍ୟକାରିତା ଉପରେ ନଜର ରଖିବ, ସେସବୁ ସମ୍ପର୍କରେ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଛି । ସରକାରଙ୍କ ଲକ୍ଷ୍ୟ ହେଉଛି, ଟଙ୍କାର ଅଭାବ ଯେପରି କୌଣସି ମେଧାବୀ ଛାତ୍ରଛାତ୍ରୀଙ୍କ ସ୍ୱପ୍ନରେ ବାଧକ ନ ସାଜେ ।
