କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ୮ଟି ରେଳ ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ଦେଶର ପୂର୍ବ ରାଜ୍ୟଗୁଡିକର ବିକାଶକୁ ଦୃଷ୍ଟିରେ ରଖି ପ୍ରକଳ୍ପକୁ ମଞ୍ଜୁରି ମିଳିଥିବା ବେଳେ ଏଥିରେ ୨୪,୬୫୭ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଧାର୍ଯ୍ୟ କରାଯାଇଛି।
ଏନେଇ ସରକାରଙ୍କ ପକ୍ଷରୁ ବିବୃତ୍ତି ଜାରି କରାଯାଇଛି। କେନ୍ଦ୍ରମନ୍ତ୍ରୀ କହିଛନ୍ତି, ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ମାଲକାନଗରି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାର ଆର୍ଥିକ ଅଭିବୃଦ୍ଧି ସହ ଭିତିଭୂମିକୁ ସୁଦୃଢ କରିବ। ପ୍ରଧାନମନ୍ତ୍ରୀ, ଅର୍ଥମନ୍ତ୍ରୀ ଓ ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ। ଏହା ‘ପଶ୍ଚିମ ଓଡ଼ିଶାରୁ ଦକ୍ଷିଣ ଓଡ଼ିଶା ସହ ଆଗକୁ ଆନ୍ଧ୍ର ଓ ତେଲେଙ୍ଗାନାକୁ ମଧ୍ୟ ଯୋଡ଼ିବ।