କେସ୍ ଡାଏରୀରୁ ନାଁ ହଟାଇବା ପାଇଁ ନେଉଥିଲେ ଲାଞ୍ଚ

ଭିଜିଲାନ୍ସ ଜାଲରେ ବାଙ୍କୋଇ ଫାଣ୍ଡି ଏଏସଆଇ ଏବଂ ହୋମଗାର୍ଡ। କେସ୍ ଡାଏରୀରୁ ନାଁ ହଟାଇବା ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ଏଏସଆଇ ତୁଷାର ନାୟକ ଓ ହୋମଗାର୍ଡ ପିକେ ସୁନ୍ଦରାୟ। ପରେ ଏଏସ ଆଇ ତୁଷାରକାନ୍ତ ରହୁଥିବା ଘରେ ଖୋଳତାଡ଼ ସହିତ ଉଭୟଙ୍କୁ ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟକୁ ନେଇ ଅଧିକ ତଦନ୍ତ ଚଳାଇଛି । ପୂର୍ବରୁ ଏଏସଆଇ ତୁଷାରକାନ୍ତ ନାୟକଙ୍କୁ ଉଲ୍ଲେଖନୀୟ ସେବା ପାଇଁ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଅଧିକ ପଢନ୍ତୁ

kc ads