କୋଟିପତି ରେମୁଣା ତହସିଲଦାର ଗିରଫ । ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ କୋଟିପତି ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଗିରଫ କଲା ଭିଜିଲାନ୍ସ । ରେଡ୍ ବେଳେ ତାଙ୍କ ଘରୁ ଅଚଳାଚଳ ସମ୍ପତ୍ତି ଠାବ ହୋଇଥିଲା । ଭୁବନେଶ୍ବରରେ ଅଢ଼େଇ କୋଟିର ଫ୍ଲାଟ ସହ ବାଲେଶ୍ବରରେ ଏକ ଫ୍ଳାଟ୍ ଠାବ ହୋଇଥିଲା । ଦୁଇଟି ପ୍ଳଟ, ୯୩୭ ଗ୍ରାମ ସୁନା, ଏବଂ ପାଖାପାଖି ୧କୋଟି ୧୨ ଲକ୍ଷ ଟଙ୍କାର ବ୍ୟାଙ୍କ ଡିପୋଜିଟ୍ ଠାବ ହୋଇଥିଲା । ଏତେ ସଂପତ୍ତି କେଉଁଠୁ ଆଣିଲେ, ତାର ସନ୍ତୋଷଜନକ ଉତ୍ତର ରଖି ପାରିନଥିଲେ ତହସିଲଦାର ।
ଫଳରେ ତାଙ୍କୁ ଗିରଫ କରାଯାଇଛି। ତାଙ୍କ ନାଁରେ ଏକ ମାମଲା ରୁଜୁ କରି ଅଧିକ ତଦନ୍ତ କରୁଛି ଭିଜିଲାନ୍ସ।ସେହିପରି, ବିଦ୍ୟାଧର ପତିଙ୍କ ହୁଣ୍ଡାଇ-ଆଇ୨୦ କାର୍, ୨ଟି ଦୁଇଚକିଆ ସହ ବ୍ୟାଙ୍କ ଓ ଅନ୍ୟାନ୍ୟ ଜମାରାଶିର କାଗଜପତ୍ର ଭିଜିଲାନ୍ସ ଠାବ କରିଥିଲା । ଭୁବନେଶ୍ବର ନୀଳାଦ୍ରିବିହାରସ୍ଥିତ ୟୁକୋ ବ୍ୟାଙ୍କରେ ତାଙ୍କ ପତ୍ନୀଙ୍କ ଏକ ବ୍ୟାଙ୍କ ଲକର୍ ରହିଛି। ଏହି ଚଢ଼ଉରେ ଭିଜିଲାନ୍ସର ୬ ଡିଏସ୍ପି, ୩ ଇନ୍ସପେକ୍ଟର ଓ ୧୦ ଏଏସ୍ଆଇ ସାମିଲ ଥିଲେ ।