ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି। ତାଙ୍କୁ କଟକର ଏକ ଘରୋଇ ହସ୍ପିଟାଲରୁ ଭୁବନେଶ୍ବର ଏମ୍ସକୁ ସ୍ଥାନାନ୍ତର କରାଯାଇଥିଲା। ସେ କୋମାରେ ଥିବା ନେଇ ଭୁବନେଶ୍ୱର ଏମ୍ସ ପକ୍ଷରୁ ଦିଆଗଲା ସୂଚନା ।
ତେବେ ଆଜି କଟକରୁ ଏମ୍ସ ସ୍ଥାନାନ୍ତର ହୋଇଛନ୍ତି ଅଭିଜିତ ମଜୁମଦାର ଭେଣ୍ଟିଲେଟର ସପୋର୍ଟ ଆମ୍ବୁଲାନ୍ସ ଯୋଗେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଛି। ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ମାତ୍ର ସ୍ୱାସ୍ଥ୍ୟରେ ଉନ୍ନତି ନହେବାରୁ ଆଜି ସକାଳେ ତାଙ୍କୁ ଗୁରୁତର ଅବସ୍ଥାରେ ଏମ୍ସ ସ୍ଥାନାନ୍ତର କରି ଭର୍ତ୍ତି କରାଯାଇଛି ।ତେବେ ସଙ୍ଗୀତ ଜଗତରେ ଅଭିଜିତ ମଜୁମଦାର ଜଣେ ସୁପରିଚିତ ନାଁ। ଅନେକ ଆଲବମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ସେ। ୨୦୦୦ ମସିହାରେ କାଶିଆ କପିଳା ଜରିଆରେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ ଅଭିଜିତ ମଜୁମଦାର। ସେ ୫୦ରୁ ଅଧିକ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇସାରିଛନ୍ତି।