କ୍ଲଷ୍ଟରସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ

ନୟାଗଡ଼,(ଓଡ଼ିଶା ଦର୍ପଣ):ନୟାଗଡ଼ ବ୍ଲକ ଅନ୍ତର୍ଗତ ୧୫ଟି କ୍ଲଷ୍ଟରରେ କ୍ଲଷ୍ଟରସ୍ତରୀୟ ନିପୁଣ ଓଡ଼ିଶା ମେଳା ଆଜି ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କାଳିକାପ୍ରସାଦ କ୍ଲଷ୍ଟର ନିପୁଣ ଓଡିଶା ମେଳା ଆଡଚେର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ ହୋଇଥିଲା । ପ୍ରଥମରୁ ତୃତୀୟ ଶ୍ରେଣୀ ପିଲାମାନଙ୍କର ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ହେଉଛି ଶିକ୍ଷଣର ମୂଳ ପର୍ଯ୍ୟାୟ । ଏହାକୁ ଆଧାର କରି ଅନୁଷ୍ଠିତ ହୋଉଥିବା ନିପୁଣ ଓଡ଼ିଶା ମେଳାରେ କଳିକା ପ୍ରସାଦ କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ଯୋଗଦାନ କରି ମୌଳିକ ସଂଖ୍ୟା ଜ୍ଞାନ ସମ୍ପର୍କିତ ଅନୁଷ୍ଠିତ ପ୍ରଦର୍ଶନୀ ବୁଲି ଦେଖିଥିଲେ। ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ଲକ୍ଷ୍ମୀଧର ପ୍ରଧାନଙ୍କ ପୌରୋହିତ୍ୟରେ ଆୟୋଜିତ ସଭାରେ ମୁଖ୍ୟଅତିଥି ଭାବେ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠି ଯୋଗଦାନ କରିଥିବା ବେଳେ ମୁଖ୍ୟବକ୍ତା ଭାବେ ଶିକ୍ଷକ ପ୍ରଶିକ୍ଷିକା ଅନିନ୍ଦିତା ପ୍ରିୟଦର୍ଶିନୀ,ସମ୍ମାନିତ ଅତିଥି ଭାବେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ ମଲ୍ଲିକ ଏବଂ କାଳିକାପ୍ରସାଦ ସରପଞ୍ଚ ଗୀତାଞ୍ଜଳି ସାହୁ ପ୍ରମୁଖ ଯୋଗଦାନ କରି ପ୍ରାଥମିକ ସ୍ତରରେ ପିଲାମାନେ ମୌଳିକ ସଂଖ୍ୟା ଏବଂ ସାକ୍ଷରତା ସମ୍ପର୍କରେ ଆଲୋଚନା କରିଥିଲେ। ଶେଷରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।

ଅଧିକ ପଢନ୍ତୁ