ଖରିଫ ଋତୁ ଧାନ ସଂଗ୍ରହ ଏବଂ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି

ଖରିଫ ଋତୁ ଧାନ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ନିର୍ଦେଶ ଦେଇଛନ୍ତି।ଏହି ପଞ୍ଜୀକରଣ ପ୍ରକ୍ରିୟା ଗତ ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଚଳିତ ମାସ ୨୦ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଚାଷୀମାନଙ୍କ ସ୍ବାର୍ଥ ଓ ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିଛନ୍ତି ସରକାର ।ଏପର୍ଯ୍ୟନ୍ତ ପ୍ରାୟ ୧୦ ଲକ୍ଷ ୯୩ ହଜାର ୨୨୦ ଜଣ ଚାଷୀ ପଞ୍ଜୀକରଣ କରିଥିବାବେଳେ ଆଗକୁ ଏହା ଆହୁରି ବୃଦ୍ଧି ହେବ । ଏଥିସହ ପଞ୍ଜୀକରଣ ପ୍ରକ୍ରିୟାକୁ ସରଳୀକରଣ କରାଯାଇଥିବା କହିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଅଧିକ ପଢନ୍ତୁ