ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡିମିଳିଲା ୧ କୋଟି ଟଙ୍କା, ୧୨ ଟି ବିଦେଶୀ ନୋଟ ସମେତ ୩୮ ଗ୍ରାମ ସୁନା ଓ ୨୫୦୫ ଗ୍ରାମ ରୂପା

ରାୟଗଡ଼ା()- ରାୟଗଡ଼ା ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ଆଜି ଖୋଲାଯାଇଛି। ମନ୍ଦିରରେ ଥିବା ୯ ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି କରାଯାଇ। ହୁଣ୍ଡିରୁ ନଗଦ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା ସହିତ ୩୮ ଗ୍ରାମ ସୁନା ଓ ୨୫୦୫ ଗ୍ରାମ ରୂପା ବାହାରିଥିବା ଜଣାପଡ଼ିଛି। ଏଥିସହିତ ବିଭିନ୍ନ ପ୍ରକାର ୫ ଟି ଦେଶର ୧୨ ଟି ବିଦେଶୀ ନୋଟ ମଧ୍ୟ ବାହାରିଛି। ବିଦେଶରେ ରହୁଥିବା କୌଣସି ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସି ଏହି ବିଦେଶୀ ଟଙ୍କା ହୁଣ୍ଡିରେ ଦାନ କରିଥିବା ଅନୁମାନ କରାଯାଉଛି। ଆଜି ସକାଳ ୧୦ଟାରେ ମାଜିଷ୍ଟ୍ରେଟ ଓ ପୁଲିସ ଉପସ୍ଥିତିରେ ମନ୍ଦିର ପରିଚାଳନା କମିଟି ତରଫରୁ ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ ହୋଇଥିଲା। ଦୀର୍ଘ ୮ ଘଣ୍ଟା ଧରି ଗଣତି ହୋଇଥିଲା। ଏହା ପୂର୍ବରୁ ଜାନୁୟାରୀ ୨୭ ତାରିଖରେ ହୁଣ୍ଡିରୁ ନଗଦ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩ ଗ୍ରାମ ସୁନା ଓ ୨୧୭୦ ଗ୍ରାମ ରୂପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୧୨ ଟି ବିଦେଶୀ ନୋଟ ମଧ୍ୟ ବାହାରିଥିଲା। ସୂଚନା ଥାଉକି, ବର୍ଷକୁ ୩ ରୁ ୪ ଥର ହୁଣ୍ଡି ଖୋଲାଯାଇ ଖୋଲାଯାଇ ଗଣତି କରାଯାଉଛି। ହେଲେ ଚଳିତଥର ପ୍ରାୟ ୬ ମାସ ପରେ ଖୋଲାଗଲା। ସୋମବାର ହୁଣ୍ଡିରୁ ବାହାରିଥିବା ଟଙ୍କା ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଗଚ୍ଛିତ ରଖାଯାଇଛି। ସେହିଭଳି ସୁନା ଓ ରୁପା ଜିଲ୍ଲା କୋଷାଗାରରେ ରଖାଯାଇଛି। ଏହି ଗଣତିରେ ବ୍ୟାଙ୍କ କର୍ମଚାରୀଙ୍କ ସମେତ ଅନେକ ସ୍ୱେଚ୍ଛାସେବୀ ସାମିଲ ହୋଇଥିଲେ। ହୁଣ୍ଡି ଖୋଲି ଗଣତି ବେଳେ ପୁଲିସ ଓ ମନ୍ଦିର ସୁରକ୍ଷା କର୍ମୀଙ୍କ ଦ୍ୱାରା ସୁରକ୍ଷା ବ୍ୟବସ୍ଥାକୁ କଡାକଡ଼ି କରାଯାଇଥିଲା।

ଅଧିକ ପଢନ୍ତୁ

kc ads